‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଖୁସିରେ ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର, ୨। ୮ (ସୌମ୍ୟରଞ୍ଜନ ରାଉତ):୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା ହୋଇଛି। ଏଥିରେ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନୀତ କରାଯାଇଛି। ତରଙ୍ଗ ସିନେ ପ୍ରଡକ୍ସନ୍ସ ପ୍ରସ୍ତୁତ ଏବଂ ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଫିଲ୍ମ ‘ପୁଷ୍କରା’କୁ ଶ୍ରେଷ୍ଠ ଓ ଫିଲ୍ମ ଭାବେ ଘୋଷଣା କରାଯାଇଛି। ଏହା ଶଙ୍କର ତ୍ରିପାଠୀଙ୍କ ମୂଳ ଉପନ୍ୟାସ ‘ନାଦବିନ୍ଦୁ’ ଉପରେ ଆଧାରିତ ଥିଲା। ଏଥିରେ ଓଡ଼ିଆ ପ୍ରଥା ପରମ୍ପରାରେ ମୃତ୍ୟୁ ସମୟରେ ପୁଷ୍କର ଲାଗିଲେ ତାହାକୁ କିପରି ଛଡାଯାଏ ଏବଂ ସେଥିପାଇଁ କିପରି ପରମ୍ପରା ପାଳନ ହୁଏ ଚଳଚ୍ଚିତ୍ରରେ ତାହା ଦୃଶ୍ୟମାନ ହୋଇଥିଲା। ଚଳଚ୍ଚିତ୍ରଟି ୨୦୨୩ ସେପ୍ଟେମ୍ବର ୧୯ରେ ମୁକ୍ତିଲାଭ କରିଥିଲା। ଶୁଭ୍ରାଂଶୁଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ସବ୍ୟସାଚୀଙ୍କ ନିଖୁଣ ଅଭିନୟକୁ ବିପୁଳ ଦର୍ଶକୀୟ ଆଦୃତି ମିଳିଥିଲା। ଏଥିସହ ଚଳଚ୍ଚିତ୍ରରେ ପୁରୀର ଜାଗାଘର, ସାହିଯାତ ଓ ଡଙ୍ଗାଭସା ଭଳି ପରମ୍ପରାକୁ କାହାଣୀ ମାଧ୍ୟମରେ ସୁନ୍ଦର ଭାବରେ ଦେଖାଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ପୁଷ୍କରା’ ଏବଂ ‘ଦ ସି ଆଣ୍ଡ୍‌ ସେଭେନ୍‌ ଭିଲେଜେସ୍‌’ ଚଳଚ୍ଚିତ୍ର ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ଏନେଇ ସେ ତାଙ୍କ ‘X’ ଆକାଉଣ୍ଟରେ ଉଭୟ ଚଳଚ୍ଚିତ୍ରର ନିର୍ମାତା, ନିର୍ଦ୍ଦେଶକ, କଳାକାର ତଥା ଏଥିସହ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତ ନୂତନ ପ୍ରୟାସ ଓ ପ୍ରୟୋଗ ସହ ଏହିପରି ଆହୁରି ଅନେକ ସଫଳତା ପ୍ରାପ୍ତ କରୁ ବୋଲି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri