Posted inଜାତୀୟ

ଦିନ-ରାତି ଉଡ଼ିବ ଜାତୀୟ ପତାକା, ଫ୍ଲାଗ୍‌ କୋଡ୍‌ରେ ସଂଶୋଧନ…

ନୂଆଦିଲ୍ଲୀ, ୨୩।୭ : କେନ୍ଦ୍ର ସରକାର ଫ୍ଲାଗ କୋଡରେ ପରିବର୍ତ୍ତନ କରିଛନ୍ତି। ଏହାଦ୍ୱାରା ଏଣିକି ଜାତୀୟ ପତାକା ଦିନ-ରାତି ସବୁ ସମୟରେ ଉଡ଼ାଯାଇ ପାରିବ। ଏବେ ପଲିଷ୍ଟର ଏବଂ ମେସିନ ନିର୍ମିତ ଜାତୀୟ ପତାକା ମଧ୍ୟ ବ୍ୟବହାର କରାଯାଇପାରିବ। ସ୍ବାଧୀନତାର ଅମୃତ ମହୋତ୍ସବ ଅନ୍ତର୍ଗତ ସରକାର ଅଗଷ୍ଟ ୧୩ ରୁ ୧୫ ପର୍ଯ୍ୟନ୍ତ ପ୍ରତି ଘରେ ତିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ କରଛନ୍ତି। ଯାହାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ସମସ୍ତ କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କୁ ଲେଖିଥିବା ଚିଠିରେ କେନ୍ଦ୍ର ସ୍ବରାଷ୍ଟ୍ର ସଚିବ ଅଜୟ ଭାଲା କହିଛନ୍ତି ଯେ ଭାରତୀୟ ଜାତୀୟ ପତାକା ପ୍ରଦର୍ଶନ, ଉତ୍ତୋଳନ ଏବଂ ବ୍ୟବହାର ଭାରତୀୟ ପତାକା ସଂହିତା ୨୦୦୨ ଏବଂ ଜାତୀୟ ଗୌରବ ଅପମାନ ନିବାରଣ ଅଧିନିୟମ, ୧୯୭୧ ଅଧୀନରେ ରହିଛି।

ଚିଠି ଅନୁଯାୟୀ, ଫ୍ଲାଗ କୋଡ ଅଫ ଇଣ୍ଡିଆ, ୨୦୦୨ ଆଦେଶରେ ୨୦ ଜୁଲାଇ, ୨୦୨୨ରେ ଏକ ସଂଶୋଧନ କରାଯାଇଛି । ଏହା ଅନୁସାରେ ବର୍ତ୍ତମାନ ଫ୍ଲାଗ କୋଡ ଅଫ ଇଣ୍ଡିଆର ୨୦୦୨ ର ଭାଗ-୨ର ଧାରା (୧୧) ବର୍ତ୍ତମାନ ନିମ୍ନଲିଖିତ ଭାବରେ ପଢ଼଼ାଯିବ, ପତାକା ଖୋଲା ସ୍ଥାନରେ ପ୍ରଦର୍ଶିତ ହେଉ କିମ୍ବା ନାଗରିକଙ୍କ ବାସଭବନରେ ପ୍ରଦର୍ଶିତ ହେଉ ତାହା ଦିନରାତି ଉଡ଼ିପାରିବ।

ଏହାପୂର୍ବରୁ, ଜାତୀୟ ପତାକାକୁ କେବଳ ସୂର୍ଯ୍ୟୋଦୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଉଡ଼ାଇବାକୁ ଅନୁମତି ଦିଆଯାଇଥିଲା।

ସେହିଭଳି ଫ୍ଲାଗ କୋଡର ଅନ୍ୟ ଏକ ବ୍ୟବସ୍ଥାରେ ସଂଶୋଧନ କରାଯାଇ କୁହାଯାଇଛି ଯେ ଜାତୀୟ ପତାକା ହାତରେ ବୁଣା ହେଉ କିମ୍ବା ମେସିନ ତିଆରି ହେଉ, ଏହା ସୂତା / ପଲିଷ୍ଟର / ପଶମ / ରେଶମ ଖଦିରେ ତିଆରି ହେବ। ଏହାପୂର୍ବରୁ ମେସିନ ଏବଂ ପଲିଷ୍ଟରରେ ପ୍ରସ୍ତୁତ ହୋଇଥିବା ଜାତୀୟ ପତାକା ବ୍ୟବହାରକୁ ଅନୁମତି ଦିଆଯାଇ ନ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri