Posted inଜାତୀୟ

ଦିନ-ରାତି ଉଡ଼ିବ ଜାତୀୟ ପତାକା, ଫ୍ଲାଗ୍‌ କୋଡ୍‌ରେ ସଂଶୋଧନ…

ନୂଆଦିଲ୍ଲୀ, ୨୩।୭ : କେନ୍ଦ୍ର ସରକାର ଫ୍ଲାଗ କୋଡରେ ପରିବର୍ତ୍ତନ କରିଛନ୍ତି। ଏହାଦ୍ୱାରା ଏଣିକି ଜାତୀୟ ପତାକା ଦିନ-ରାତି ସବୁ ସମୟରେ ଉଡ଼ାଯାଇ ପାରିବ। ଏବେ ପଲିଷ୍ଟର ଏବଂ ମେସିନ ନିର୍ମିତ ଜାତୀୟ ପତାକା ମଧ୍ୟ ବ୍ୟବହାର କରାଯାଇପାରିବ। ସ୍ବାଧୀନତାର ଅମୃତ ମହୋତ୍ସବ ଅନ୍ତର୍ଗତ ସରକାର ଅଗଷ୍ଟ ୧୩ ରୁ ୧୫ ପର୍ଯ୍ୟନ୍ତ ପ୍ରତି ଘରେ ତିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ କରଛନ୍ତି। ଯାହାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ସମସ୍ତ କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କୁ ଲେଖିଥିବା ଚିଠିରେ କେନ୍ଦ୍ର ସ୍ବରାଷ୍ଟ୍ର ସଚିବ ଅଜୟ ଭାଲା କହିଛନ୍ତି ଯେ ଭାରତୀୟ ଜାତୀୟ ପତାକା ପ୍ରଦର୍ଶନ, ଉତ୍ତୋଳନ ଏବଂ ବ୍ୟବହାର ଭାରତୀୟ ପତାକା ସଂହିତା ୨୦୦୨ ଏବଂ ଜାତୀୟ ଗୌରବ ଅପମାନ ନିବାରଣ ଅଧିନିୟମ, ୧୯୭୧ ଅଧୀନରେ ରହିଛି।

ଚିଠି ଅନୁଯାୟୀ, ଫ୍ଲାଗ କୋଡ ଅଫ ଇଣ୍ଡିଆ, ୨୦୦୨ ଆଦେଶରେ ୨୦ ଜୁଲାଇ, ୨୦୨୨ରେ ଏକ ସଂଶୋଧନ କରାଯାଇଛି । ଏହା ଅନୁସାରେ ବର୍ତ୍ତମାନ ଫ୍ଲାଗ କୋଡ ଅଫ ଇଣ୍ଡିଆର ୨୦୦୨ ର ଭାଗ-୨ର ଧାରା (୧୧) ବର୍ତ୍ତମାନ ନିମ୍ନଲିଖିତ ଭାବରେ ପଢ଼଼ାଯିବ, ପତାକା ଖୋଲା ସ୍ଥାନରେ ପ୍ରଦର୍ଶିତ ହେଉ କିମ୍ବା ନାଗରିକଙ୍କ ବାସଭବନରେ ପ୍ରଦର୍ଶିତ ହେଉ ତାହା ଦିନରାତି ଉଡ଼ିପାରିବ।

ଏହାପୂର୍ବରୁ, ଜାତୀୟ ପତାକାକୁ କେବଳ ସୂର୍ଯ୍ୟୋଦୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଉଡ଼ାଇବାକୁ ଅନୁମତି ଦିଆଯାଇଥିଲା।

ସେହିଭଳି ଫ୍ଲାଗ କୋଡର ଅନ୍ୟ ଏକ ବ୍ୟବସ୍ଥାରେ ସଂଶୋଧନ କରାଯାଇ କୁହାଯାଇଛି ଯେ ଜାତୀୟ ପତାକା ହାତରେ ବୁଣା ହେଉ କିମ୍ବା ମେସିନ ତିଆରି ହେଉ, ଏହା ସୂତା / ପଲିଷ୍ଟର / ପଶମ / ରେଶମ ଖଦିରେ ତିଆରି ହେବ। ଏହାପୂର୍ବରୁ ମେସିନ ଏବଂ ପଲିଷ୍ଟରରେ ପ୍ରସ୍ତୁତ ହୋଇଥିବା ଜାତୀୟ ପତାକା ବ୍ୟବହାରକୁ ଅନୁମତି ଦିଆଯାଇ ନ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri