ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର’ ଦିଆଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକରୁ ମୋଟ ୫୧ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ୧୭ଜଣ ଏଏନ୍‌ଏମ୍‌ ଥିବାବେଳେ ୪ଜଣ ଏଲ୍‌ଏଚ୍‌ଭି ଏବଂ ୩୦ଜଣ ନର୍ସ ରହିଛନ୍ତି। ଏମାନଙ୍କ ମଧ୍ୟରେ ଓଡ଼ିଶାରୁ ୩ଜଣ ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର ପାଇଛନ୍ତି। ସେମାନେ ହେଲେ ଏଏନ୍‌ଏମ୍‌ ଦମୟନ୍ତୀ ରାଉତ, ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟର ନର୍ସ ଖୁଲଣା ବାରିକ ଓ ବ୍ରହ୍ମପୁର ଏମ୍‌କେସିଜିର ନର୍ସିଂ ଅଫିସର ଶିବାନୀ ଦାଶ। ସେହିଭଳି ମହାରାଷ୍ଟ୍ର ଓ କର୍ନାଟକରୁ ସର୍ବାଧିକ ୪ଜଣ ଲେଖାଏ ଥିବାବେଳେ ରାଜସ୍ଥାନ, ମଣିପୁର ଓ ଗୁଜରାଟରୁ ୩ଜଣ ଲେଖାଏ, ଆଣ୍ଡାମାନ ନିକୋବର, ବିହାର, ଦିଲ୍ଲୀ, ଉତ୍ତରପ୍ରଦେଶ, ତାମିଲନାଡ଼ୁ, ପୁଡୁଚେରୀ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, କେରଳ ଓ ସିକ୍କିମରୁ ୨ଜଣ ଲେଖାଏ, ତ୍ରିପୁରା, ପଞ୍ଜାବ, ମିଜୋରାମ, ଅରୁଣାଚଳ ପ୍ରଦେଶ, ମେଘାଳୟ, ଆନ୍ଧ୍ରପ୍ରଦେଶ, ଲାକ୍ଷାଦ୍ୱୀପ, ଚଣ୍ଡିଗଡ଼, ଜମ୍ମୁ କଶ୍ମୀର, ହିମାଚଳ ପ୍ରଦେଶ ଓ ହରିୟାଣାରୁ ଜଣେ ଲେଖାଏ ରହିଛନ୍ତି। ସୂଚନାଯୋଗ୍ୟ, ସମାଜ ପ୍ରତି ନର୍ସିଂ ବୃତ୍ତିଧାରୀମାନଙ୍କ ପ୍ରଶଂସନୀୟ କାର୍ଯ୍ୟକୁ ସ୍ବୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପକ୍ଷରୁ ୧୯୭୩ ମସିହାରୁ ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri