ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି।

ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ । ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଦ୍ବାରା ରାଜ୍ୟର ପୋଲିସ ଅଧିକାରୀ ମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ରାଜ୍ୟରେ ସାଇଣ୍ଟିଫିକ୍‌ ଅଫିସର ମାନଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଏହାକୁ ଏକ ସେଣ୍ଟର ଅଫ ଏକ୍‌ସେଲେନ୍‌ସ ଭାବରେ ବିକଶିତ କରାଯିବ ବୋଲି ସେ କହିଥିଲେ ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକା ଡ. ପୁରବୀ ଫୋଖରିଆଲ, ଏନ୍‌.ଏଫ.ଏସ୍‌.ୟୁ, ତ୍ରିପୁରାର ନିର୍ଦ୍ଦେଶକ ଡ. ଏଚ୍‌. କେ. ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ, ୱାଇ. ବି. ଖୁରାନିଆ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri