ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ

କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ରେ ମାମଲା ଦାଏର ହୋଇଥିଲା। ଶୁଣାଣି ବେଳେ ନିର୍ମାଣ କାର୍ଯ୍ୟ ପାଇଁ ନିୟମ ଉଲ୍ଲଂଘନ କରାଯାଇଥିବା ଟ୍ରିବ୍ୟୁନାଲ୍‌ ରାୟ ଦେଇଛନ୍ତି। କେବଳ ଏହି ଗୋଟିଏ ସ୍ଥାନ ନୁହେଁ, ମହାନଦୀ ପଠାର ବାଲିଯାତ୍ରା ପଡ଼ିଆରେ ମଧ୍ୟ କେତେକ ନିର୍ମାଣ କାର୍ଯ୍ୟ ଚାଲିଛି। ତିନି ମାସ ମଧ୍ୟରେ ଏହାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ଟ୍ରିବ୍ୟୁନାଲ୍‌ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୧୫ରେ ପରବର୍ତ୍ତୀ ଶୁଣାଣି କରାଯିବ। ପ୍ରକାଶ ଯେ, କିଶନନଗର ତହସିଲର ରତିଲୋ ମୌଜାର ମହାନଦୀ ପଠାରେ ଏକ ପଞ୍ଚମୁଖୀ ହନୁମାନ ମନ୍ଦିର ନିର୍ମାଣ ଚାଲିଛି। ପଠାରୁ ଏହା ମାତ୍ର ୩୫ ମିଟର ଦୂରରେ ରହିଛି। ନିର୍ମାଣ ପାଇଁ ପ୍ରଶାସନ ପାଖରୁ ଅନୁମତି ଅଣାଯାଇ ନାହିଁ। ବନ୍ୟା ପ୍ରଭାବିତ ଅଞ୍ଚଳରେ ଥିବା ଯୋଗୁ ନିର୍ମାଣକୁ ବିରୋଧକରି ଦିଲ୍ଲୀପ ସାମନ୍ତରାୟ ଟ୍ରିବ୍ୟୁନାଲ୍‌ଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାର ତଦନ୍ତ ପାଇଁ କମିଟି ଗଠନ କରିବାକୁ ଟ୍ରିବ୍ୟୁନାଲ୍‌ ନିର୍ଦ୍ଦେଶ ଦେଇଥିଲେ। ଜଳସମ୍ପଦ ବିଭାଗର ସଚିବ ଏହାର ଅଧ୍ୟକ୍ଷ ରହିଛନ୍ତି। ଜୁଲାଇ ୨୪ରେ ଏହି ଉଚ୍ଚସ୍ତରୀୟ କମିଟି ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହ ଟ୍ରିବ୍ୟୁନାଲ୍‌ଙ୍କୁ ରିପୋର୍ଟ ଦେଇଥିଲେ। ନିର୍ମାଣ ପାଇଁ ଅନୁମତି ନିଆଯାଇ ନାହିଁ। ଏଠାରେ କୌଣସି ପ୍ରକାର ନିର୍ମାଣ କାର୍ଯ୍ୟ କରିବା ବେଆଇନ ବୋଲି ରିପୋର୍ଟରେ ଦର୍ଶାଯାଇଥିଲା। ରିପୋର୍ଟ ପାଇବା ପରେ ମାମଲାର ଶୁଣାଣି ବେଳେ ଟ୍ରିବ୍ୟୁନାଲ୍‌ କହିଛନ୍ତି ଯେ ନିର୍ମାଣ ବେଆଇନ୍‌ ଭାବେ ଚାଲିଥିବା ଯଦି ରାଜ୍ୟ ସରକାର ଜାଣିଛନ୍ତି, ତେବେ କାର୍ଯ୍ୟାନୁଷ୍ଠାନ ନେବା ଉଚିତ। ଶୁଣାଣି ବେଳେ ମହାନଦୀ ପଠାର ବାଲିଯାତ୍ରା ପଡ଼ିଆରେ ଚାଲିଥିବା ନିର୍ମାଣ କାର୍ଯ୍ୟ ନେଇ ମଧ୍ୟ ଆଲୋଚନା ହୋଇଥିଲା। ବନ୍ୟା ପ୍ରଭାବିତ ଅଞ୍ଚଳରେ ଏହି ନିର୍ମାଣ ଚାଲିଛି। ତେଣୁ ପୂର୍ବରୁ ଗଠିତ କମିଟି ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ରିପୋର୍ଟ ୩ ମାସ ମଧ୍ୟରେ ଦେବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri