Posted inଜାତୀୟ

କରୋନା ବେଳେ ଗଙ୍ଗାରେ କେତେ ମୃତଦେହ ଭାସିଛି ରିପୋର୍ଟ ଦିଅ

ନୂଆଦିଲ୍ଲୀ, ୧୭ା୫: କରୋନା ମହାମାରୀରେ ଗଙ୍ଗା ନଦୀରେ ମୃତଦେହ ଭାସିବା ଘଟଣାରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ ଉତ୍ତରପ୍ରଦେଶ ଏବଂ ବିହାର ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ନଦୀରେ କେତେ ମୃତଦେହ ଭାସିଛି ଏବଂ କେତେ ନଦୀପଠାରେ ପୋତାଯାଇଛି ଏହାର ତଥ୍ୟ ଦେବାକୁ ଜଷ୍ଟିସ୍‌ ଅରୁଣ କୁମାର ତ୍ୟାଗୀ ଏବଂ ଏକ୍ସପର୍ଟ ମେମ୍ବର ଡା. ଅର୍‌ଫୋଜ୍‌ ଅହମ୍ମଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଦୁଇ ରାଜ୍ୟର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଗୃହ ବିଭାଗ) ଓ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କୋଭିଡ୍‌ ପୂର୍ବରୁ ଏବଂ ପରବର୍ତ୍ତୀ ୨୦୨୨ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଗଙ୍ଗାନଦୀରେ ଭାସିଥିବା ଏବଂ ପୋତାଯାଇଥିବା ମୃତଦେହରେ ସମ୍ପୂର୍ଣ୍ଣ ତଥ୍ୟ ମାଗିଛନ୍ତି ଟ୍ରିବ୍ୟୁନାଲ । ଏଥିସହ ମୃତଦେହ ସତ୍କାରରେ ସରକାର କେତେ ଆର୍ଥିକ ସହାୟତା ଦେଇଛନ୍ତି ତାହାର ହିସାବ ଦେବାକୁ ମଧ୍ୟ ଟ୍ରିବ୍ୟୁନାଲ ପକ୍ଷରୁ କୁହାଯାଇଛି। ଖବରଦାତା ସଞ୍ଜୟ ଶର୍ମାଙ୍କ ପିଟିଶନର ଶୁଣାଣି କରି ଟ୍ରିବ୍ୟୁନାଲ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri