ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଭେଟିଲେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଧର୍ମଶାଳା,୧୪ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡକ୍ଟର ଡି.ବୃନ୍ଦା ଶନିବାର ପୂର୍ବାହ୍ନରେ ପହଞ୍ଚି ସ୍ଥିତି ପରଖିବା ସହ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୋଟ୍‌ ୨୫୦ରୁ ଊର୍ଦ୍ଧ୍ୱ ରୋଗୀ ପହଞ୍ଚି ଚିକିତ୍ସିତ ହୋଇଥିବା ବେଳେ ଆଜି ସକାଳ ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସିତ ହେଉଛନ୍ତି।