ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳର ଦରିଆପାରି ଶାଖା ମୁଖ୍ୟ ସାମ୍‌ ପିଟ୍ରୋଡାଙ୍କ ସମେତ ଦଳ ସହ ସମ୍ପୃକ୍ତ ସୁମନ ଦୁବେ, ୨ଟି କମ୍ପାନୀ ୟଙ୍ଗ୍‌, ଇଣ୍ଡିଆ ଏବଂ ଡୋଟେକ୍ସ ମର୍ଚାଣ୍ଡାଇଜ୍‌ ପ୍ରା.ଲିଃ ଏବଂ ସୁନିଲ ଭଣ୍ଡାରୀଙ୍କ ନାଁ ରହିଛି। ୨୫ରେ ଏହା ଉପରେ ଶୁଣାଣି ହେବ। ସରକାରୀ କମ୍ପାନୀ ଆସୋସିଏଟେଡ୍‌ ଜର୍ନାଲ୍ସ ଲିଃ (ଏଜେଏଲ୍‌)ର ୯୯% ଅଂଶଧନକୁ ଘରୋଇ କମ୍ପାନୀ ୟଙ୍ଗ୍‌ ଇଣ୍ଡିଆକୁ ଟ୍ରାନ୍ସଫର କରି ୨,୦୦୦ କୋଟି ଟଙ୍କା ହଡ଼ପ କରିବା ପାଇଁ କଂଗ୍ରେସ ନେତାମାନେ ଆପରାଧିକ ଷଡ଼ଯନ୍ତ୍ର କରିଥିଲେ ବୋଲି ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ୟଙ୍ଗ୍‌ ଇଣ୍ଡିଆରେ ସୋନିଆ ଏବଂ ରାହୁଲ ସର୍ବାଧିକ ଅଂଶୀଦାର। ଚାର୍ଜଶିଟ୍‌ରେ ସୋନିଆଙ୍କୁ ପ୍ରଥମ ଓ ରାହୁଲଙ୍କୁ ଦ୍ୱିତୀୟ ଅଭିଯୁକ୍ତ କରାଯାଇଛି।
ସୋନିଆ ଏବଂ ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌କୁ ବିରୋଧ କରି କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି। ଦେଶର ସମସ୍ତ ଇଡି କାର୍ଯ୍ୟାଳୟ ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ଏଜେନ୍ସି କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରାଯିବ। ରାଜ୍ୟସ୍ତରୀୟ ବିକ୍ଷୋଭରେ ଦଳୀୟ ବିଧାୟକ, ଏମ୍‌ପି, ଛାମୁଆ ସଂଗଠନର କାର୍ଯ୍ୟକର୍ତ୍ତା, କଂଗ୍ରେସ କର୍ମୀମାନେ ସାମିଲ ହେବେ ବୋଲି ଦଳ କହିଛି। ଭୟ ଓ ଅତ୍ୟାଚାର ରାଜନୀତି ବିରୋଧରେ ଲଢ଼ିବା ପାଇଁ ଆମର ମିଳିତ ସଂକଳ୍ପକୁ ବିକ୍ଷୋଭ ଜରିଆରେ ପରିପ୍ରକାଶ କରାଯିବ ବୋଲି କଂଗ୍ରେସ ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ବେଣୁଗୋପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri