Posted inଜାତୀୟ

National Herald Case: ବଢିଲା ଗାନ୍ଧୀ ପରିବାରର ଅଡୁଆ, ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ-ରାହୁଲଙ୍କୁ ନୋଟିସ

ନୂଆଦିଲ୍ଲୀ,୨।୫: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ଏକ କୋର୍ଟ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିଛନ୍ତି। ଦ୍ୱିତୀୟ ଶୁଣାଣି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ହୋଇଥିଲା। ପୂର୍ବରୁ ଏପ୍ରିଲ ୨୫ରେ କୋର୍ଟ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିବାକୁ ମନା କରିଦେଇଥିଲେ। କୋର୍ଟ ଇଡିକୁ ଅଧିକ ପ୍ରାସଙ୍ଗିକ କାଗଜପତ୍ର ଆଣିବା ଏବଂ ତ୍ରୁଟି ଦୂର କରିବାକୁ କହିଥିଲେ। ଏବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ ୮ରେ ହେବ।
ପୂର୍ବରୁ National Herald ମାମଲାରେ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଚାରିପାଖରେ ଫାଶ କଡ଼ା କରିବା ପାଇଁ ଇଡି ମନି ଲଣ୍ଡରିଂ ମାମଲାରେ ଏକ ଚାର୍ଜସିଟ ଦାଖଲ କରିଥିଲା। ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଇଡି ଚାର୍ଜସିଟ ଦାଖଲ କରିଥିଲା। ଅର୍ଥ ହେରଫେର ମାମଲାରେ ଇଡି ନେତା ସୋନିଆ ଏବଂ ରାହୁଲଙ୍କୁ ଅଭିଯୁକ୍ତ କରିଛି। ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା, ସୁମନ ଦୁବେଙ୍କ ସମେତ ଅନେକ ନେତାଙ୍କ ନାମ ମଧ୍ୟ ଚାର୍ଜସିଟରେ ଅନ୍ତର୍ଭୁକ୍ତ।
National Herald ଖବରକାଗଜ ୧୯୩୮ ମସିହାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ପ୍ରତିଷ୍ଠିତ ହୋଇଥିଲା। ଏହା ସ୍ବାଧୀନତା ସଂଗ୍ରାମର ଏକ ପ୍ରତୀକ ଥିଲା, ଏହାକୁ ଆସୋସିଏଟେଡ ଜର୍ଣ୍ଣାଲ୍ସ ଲିମିଟେଡ ଅର୍ଥାତ AJL ଦ୍ୱାରା ପ୍ରକାଶିତ କରାଯାଇଥିଲା। ୨୦୦୮ ମସିହାରେ ଆର୍ଥିକ ସଙ୍କଟ ପରେ ଖବରକାଗଜଟି ବନ୍ଦ ହୋଇଯାଇଥିଲା ଏବଂ ଏହିଠାରୁ ଏହି ବିବାଦ ଆରମ୍ଭ ହୋଇଥିଲା। ଏହା ପରେ, ୨୦୧୦ ମସିହାରେ, ୟଙ୍ଗ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ (YIL) ନାମକ ଏକ କମ୍ପାନୀ ଗଠନ କରାଯାଇଥିଲା, ଯେଉଁଥିରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କର ୩୮-୩୮% ଅଂଶଧନ ଅଛି। ଏହି ମାମଲାରେ, ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ୨୦୧୨ ମସିହାରେ ଅଭିଯୋଗ କରିଥିଲେ ଯେ YIL ମାତ୍ର ୫୦ଲକ୍ଷ ଟଙ୍କାରେ AJL ର ୨୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଅଧିଗ୍ରହଣ କରିଛି ଏବଂ ଏହା ଠକେଇ ଏବଂ ମନି ଲଣ୍ଡରିଂ ମାମଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri