ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ ବିରୋଧରେ ତାତିଲା ଭାଜପା

କେନ୍ଦୁଝର,୧୮ା(ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ରେ ୬ ହଜାର କୋଟିର ଅର୍ଥ ଲୁଟ୍‌ରେ ସିଧାସଳଖ ସଂପୃକ୍ତ ଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଶୁକ୍ରବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ସହରସ୍ଥିତ କଂଗ୍ରେସ ଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ସୋନିଆଏବଂ ରାହୁଲଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ସହରର ଶହୀଦ ସଦନ ନିକଟରୁ ଏକ ବିଶାଳ ଶୋଭାଯାତ୍ରାରେ ଶତାଧିକ କର୍ମୀ ବାହାରି ଲାବଣ୍ୟ ଛକ ନିକଟସ୍ଥ କଂଗ୍ରେସ ଭବନ ସମ୍ମୁଖରେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିବା କଂଗ୍ରେସ ବିରୋଧରେ ନାରା ବାଜି କରିବା ସହ କୁଶପୁତ୍ତଳିକା ଦାହ କରିଥିଲେ। ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ସବୀର ଦାଶଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ଶତାଧିକ ଯୁବ କାର୍ଯ୍ୟକର୍ତ୍ତା କେନ୍ଦୁଝର ଜିଲାର ସାଧାରଣ ସମ୍ପାଦକ ତଥା ଯୁବମୋର୍ଚ୍ଚା ପ୍ରଭାରୀ ଅନୁବ୍ରତ ବେହେରା, ରାଜ୍ୟ ଯୁବମୋର୍ଚ୍ଚା ଉପ ସଭାପତି ପ୍ରକାଶ ମଲ୍ଲିକ, ଜିଲ୍ଲା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ପ୍ରେମ ପ୍ରକାଶ ମୁଣ୍ଡା ଏବଂ ରୁଦ୍ର ପ୍ରସାଦ ବେହେରା, ଯୁବନେତା ଜିଲା ଉପସଭାପତି ଆନିଦ୍ୟ ବେହେରା, ଅଶ୍ୱିନୀ ମହାନ୍ତ, ସମ୍ପାଦକ ବିଷ୍ଣୁ ତ୍ରିପାଠୀ, ସଚ୍ଚିଦାନନ୍ଦ ବେହେରା, ରୂପେଶ ଚନ୍ଦ୍ର ରଣା, ଓବିସି ମୋର୍ଚ୍ଚା ଜିଲା ସଭାପତି ଲକ୍ଷ୍ମଣ ରାଉତ, ଅସିତ୍‌ ନନ୍ଦନ ମହାନ୍ତି, ନଗର ସଭାପତି ପଙ୍କଜ ଦ୍ୱିବେଦୀ, ଜଗମୋହନ କର, ସୁରଜ ବାରିକ, ଜିଲା ଉପସଭାପତି ଗୋପୀନାଥ ରାମ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କିରଣବାଳା ନାୟକ, ଶିବ କୁମାର ରାଠୋର, ଜିଲା ମିଡିଆ ସଂଯୋଜକ ବ୍ରଜକିଶୋର ରାୟଙ୍କ ସମେତ ସମସ୍ତ ମଣ୍ଡଳର ସଭାପତି ଏବଂ ଜିଲା ଯୁବ ନେତୃତ୍ୱମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri