୫୩ନଂ. ଜାତୀୟ ରାଜପଥ ଠପ୍‌

କାମାକ୍ଷାନଗର, ୧୫।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହେବା ପରେ ତାତିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଏହାର ପ୍ରତିବାଦରେ ଶନିବାର ସକାଳୁ ସେମାନେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଗୁରୁତର ଯୁବକଙ୍କ ପରିବାରକୁ କ୍ଷତିପୂରଣ ଏବଂ ଦିନବେଳା ସହର ମଧ୍ୟ ଦେଇ ଭାରିଯାନ ଚଳାଚଳ ବନ୍ଦ କରିବା ଦାବିରେ ସେମାନେ ଅଡ଼ି ବସିଛନ୍ତି। ପୋଲିସ ଅଧିକାରୀମାନେ ବୁଝାଶୁଝା କରିବାକୁ ଉଦ୍ୟମ କରିଥିବାବେଳେ ସେମାନଙ୍କ ଉଦ୍ୟମ ନିଷ୍ଫଳ ହୋଇଛି। ଜିଲାପାଳ, ଏସ୍‌ପି ଆସି ଆଲୋଚନା କରିବା ପରେ ଯାହା କିଛି ହେବ ବୋଲି ଗ୍ରାମବାସୀ ରୋକ୍‌ଠୋକ୍‌ ଶୁଣାଇଛନ୍ତି। ଆନ୍ଦୋଳନକାରୀ ଜିଦ୍‌ରେ ଅଟଳ ରହିବା ଯୋଗୁ ୫୩ନଂ. ଜାତୀୟ ରାଜପଥରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି।
ସୂଚନାଯୋଗ୍ୟ, ଏକ କୋଇଲା ବୋଝେଇ ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀ ତଥା ଆଳତୁମା ଗ୍ରାମର ପ୍ରିୟବ୍ରତ ପ୍ରଧାନ (୨୧) ଗୁରୁତର ହୋଇଛନ୍ତି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଉକ୍ତ ଟ୍ରକ୍‌ (ନଂ. ଓଡ଼ି ୧୯ ଜି ୬୭୨୩) ତାଳଚେରରୁ କୋଇଲା ବୋଝେଇ କରି ଜାତୀୟ ରାଜପଥ ୫୩ରେ କାମାକ୍ଷାନଗର ଦେଇ ଡୁବୁରି ଯାଉଥିବାବେଳେ ଆଳତୁମା ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ପ୍ରିୟବ୍ରତଙ୍କ ବାଇକ୍‌ (ନଂ. ଓଡି ୦୬ ଇ ୩୪୯୪) ସହ ମୁହଁାମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ପଠାଇଥିଲେ।
ଦୁର୍ଘଟଣାକୁ ନେଇ ଆଳତୁମା ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଭାରିଯାନ ଚଳାଚଳ ବନ୍ଦ ଏବଂ କ୍ଷତିପୂରଣ ଦାବିରେ ସେମାନେ ଶନିବାର ସକାଳୁ ଆଳତୁମା ଛକରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଥିଲେ। ଦିନବେଳା ସହର ମଧ୍ୟ ଦେଇ ଭାରିଯାନ ଚଳାଚଳ ବନ୍ଦ କରିବାକୁ ସେମାନେ ଦାବି କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଯାନବାହନ ଅଟକି ରହିଥିଲା। ତେବେ ସନ୍ଧ୍ୟାରେ କେବଳ ଦୁଇଚକିଆ ଯାନବାହନକୁ ଚଳାଚଳ ଲାଗି ଅନୁମତି ଦିଆଯାଇଛି। ହେଲେ ମାଲବାହୀ ଭାରିଯାନ ସେମିତି ଅଟକି ରହିଛି। ଅନ୍ୟପଟେ ଦିନତମାମ ଆନ୍ଦୋଳନ ଜାରି ରହିଥିବାବେଳେ ଜିଲା କିମ୍ବା ପୋଲିସ ପ୍ରଶାସନର ପଦସ୍ଥ ଅଧିକାରୀ ଘଟଣାସ୍ଥଳକୁ ନ ଯିବା ଆଲୋଚନାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri