୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା ପ୍ରଶାସନ । ଗୁରୁବାର ଅପରାହ୍ନ ଠାରୁ ସିଲ୍ କରାଯାଇଥିବା ବେଳେ ଉକ୍ତ ରାଜପଥର ଦାରିଙ୍ଗବାଡି ଦେଇ ବ୍ରହ୍ମପୁରକୁ ଯାତାୟାତ ବନ୍ଦ ରହିଛି ।

କହିରଖୁଛି କି, ଏବେ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଦାରିଙ୍ଗବାଡି ଦେଇ ଯାଇଥିବା ଗାଜଲବାଡି ଘାଟିରେ ମଧ୍ୟ ବର୍ଷା ଜାରି ରହିଛି । ପୂର୍ବରୁ ଉକ୍ତ ରାସ୍ତାରେ ଏକାଧିକ ଥର ହୁଡ଼ ହୁଡ଼ ଓ ଫାଇଲିନ ବେଳେ ଭୂସ୍ଖଳନ ହୋଇଥିବା ନଜିର ରହିଥିବାରୁ ଏବେକାର ବାଦଲ ଫଟା ବର୍ଷାରେ ଉକ୍ତ ଘାଟି ରାସ୍ତାର ପ୍ରାୟ ୧୭ କିମି ରାସ୍ତା ବିପଦ ଓ ପାହାଡ଼ରୁ ପଥର, ମାଟି ଅତଡ଼ା ଖସିବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜପଥର ଉକ୍ତ ଘାଟି ରାସ୍ତାକୁ ସିଲ କରିବାକୁ କନ୍ଧମାଳ ଜିଲାପାଳ ବେଦ ଭୂଷଣ ଦାରିଙ୍ଗବାଡି ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ନିର୍ଦ୍ଦେଶ ପାଇ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର, ଏଏସଆଇ ଅର୍ଜୁନ ଶବର, ଜାତୀୟ ରାଜପଥ ବିଭାଗର କନିଷ୍ଠ ଯନ୍ତ୍ରୀ ଜଗନ୍ନାଥ ରଥ ପ୍ରମୁଖ କନ୍ଧମାଳ -ଗଞ୍ଜାମ ସୀମାନ୍ତ ବାଇମାଲା ଠାରେ ସିଲ କରିଛନ୍ତି । ପୋଲିସ ବ୍ଲାକିଂ ସ୍ଥାନରେ ଜଗିରହିଛି । ସୂଚନାଯୋଗ୍ୟଯେ, ବୁଧବାର ବିଳମ୍ବିତ ରାତିରୁ ଏକ ଭାରୀଯାନ ଉକ୍ତ ଘାଟିରେ ଦାରିଙ୍ଗବାଡି ଅଭିମୁଖେ ଆସୁଥିବା ବେଳେ ଘାଟି ବୁଲାଣିରେ ଟ୍ରକଟି ଗୋଟିଏ ସାଇଡ ଢଳି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଓ ଉକ୍ତ ଘାଟିରେ ବିଳମ୍ବିତ ରାତ୍ରିଠାରୁ ହିଁ ଗାଡି ମୋଟର ଯାତାୟାତ ବନ୍ଦ ହୋଇଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?