କଟ୍‌ନି ଛଟ୍‌ନିକୁ ନେଇ ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୪ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଭାଜପା ପକ୍ଷରୁ ଧାନର କଟ୍‌ନି ଛଟ୍‌ନି, କପାର ଅଭାବୀ ବିକ୍ରି ,ମଦ ଦୋକାନ ଉଚ୍ଛେଦ,ବିଦ୍ୟୁତ୍‌ ଦରଦାମ ବୃଦ୍ଧି ଆଦି ସମସ୍ୟାକୁ ନେଇ ସହରର ଆମ୍ବେଦକର ଛକ,ବଲାଙ୍ଗୀର ଛକ ସମେତ ବିଭିନ୍ନ ଛକରେ ଜାତୀୟ ରାଜପଥ ୨୬କୁ ଗୁରୁବାର ଅବରୋଧ କରିଥିଲେ। ସହରର ସମସ୍ତ ଦୋକାନ ବଜାର, ସ୍କୁଲ, କଲେଜ, ଏନଏସି, ବ୍ଲକ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ସକାଳୁ ବନ୍ଦ ରହିଛି। କେସିଙ୍ଗା ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼ ଆଦି ସହରକୁ ସଂଯୋଗ କରୁଥିବା ରାସ୍ତାକୁ ଅବରୋଧ କରିଥିବାରୁ ଯାନବାହନ ଗମନାଗମନ କ୍ଷେତ୍ରରେ ବାଧା ସୃଷ୍ଟି ହୋଇଥିଲା। ଏହି ବନ୍ଦ ପାଳନରେ ଭାଜପାର ପୂର୍ବତନ ଏନ୍‌ଏସିର ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର, ପୂର୍ବତନ ନଗର ସଭାପତି ପ୍ରଶାନ୍ତ ବାନାର୍ଜୀ, ଆଇନଜୀବୀ ସନ୍ତୋଷ କୁମାର ଦାଶ, ମଗନ ସିନ୍ଧୁର, ଶିରୋଲ ପଞ୍ଚାୟତର ସମିତିସଭ୍ୟ ପ୍ରଦୀପ ବାଗ,ବଂଶୀପାଣି ସାହା,ବସନ୍ତ କୁମାର ପୁରୋହିତଙ୍କ ସମେତ ଭାଜପାର କର୍ମକର୍ତ୍ତା ଏହି ଆନ୍ଦୋଳନରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର...

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା...

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ।...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri