ଜାତୀୟ ରାଜପଥ ଅବରୋଧ, ଯାନବାହନ ଚଳାଚଳ ବନ୍ଦ

ବାଉଁଶୁଣୀ,୮ା୭(ଡି.ଏନ୍‌.ଏ.): ୫୭ ନଂ. ଜାତୀୟ ରାଜପଥର ମନମୁଣ୍ଡା ଥାନା ଗୁଦୁଗୁଦା ନିକଟରେ ସ୍ଥାନୀୟ ଲୋକେ ଗୁରୁବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ଫଳରେ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା।

ସୂଚନାଯୋଗ୍ୟ, ନୂଆପୋଲର ସଂଯୋଗୀକରଣ ରାସ୍ତା ବୁଧବାର ରାତିରେ ଦବି ପିଚୁ ଉଠି ଯାଇଥିବା ଦେଖିବାକୁ ମିଳିଛି l ଗତ ସପ୍ତାହରେ ହୋଇଥିବା ବର୍ଷାରେ ରାସ୍ତାର ତଳ ମାଟି ଧୋଇ ନେଇ ଗର୍ତ୍ତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା। ମାତ୍ର ୪ ମାସ ତଳେ ଏହି ରାସ୍ତା କାମ ହୋଇ ସାମାନ୍ୟ ବର୍ଷାରେ ନଷ୍ଟ ହେବା ଘଟଣା କାମର ମାନକୁ ନେଇ ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ତୁରନ୍ତ ରାସ୍ତା ମରାମତି ସହ ହୋଇଥିବା କାମର ତଦନ୍ତ ବୈଷୟିକ କମିଟି ଦ୍ବାରା କରାଯାଇ କାର୍ଯ୍ୟାନୁଷ୍ଠାନ ପାଇଁ ଜନସାଧାରଣ ଦାବି କରିଛନ୍ତି। ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ଲୋକଙ୍କୁ ବୁଝାଶୁଝା କରାଇଥିଲେ ମଧ୍ୟ ଲୋକେ ରାଜପଥ ବିଭାଗର ଅଧିକାରୀ ଓ ଜିଲାପାଳ ସେଠାକୁ ଆସି ଆଲୋଚନା କରିବା ପାଇଁ ଆନ୍ଦୋଳନକାରୀମାନେ ଜିଦ୍‌ କରୁଥିବାରୁ ସମାଧାନ ହୋଇପାରିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri