Posted inଜାତୀୟ

ଦେଶରେ ଦିନକୁ ନିର୍ମାଣ ହେଉଛି ହାରାହାରି ୭୬ କିମି ଏନ୍‌ଏଚ୍‌ ରାସ୍ତା

ନୂଆଦିଲ୍ଲୀ,୧୭।୧: ଚଳିତ ଜାନୁୟାରୀର ଗତ ସପ୍ତାହ ସୁଦ୍ଧା ହାଇଓ୍ବେ (ଏନ୍‌ଏଚ୍‌) ନିର୍ମାଣ କାର୍ଯ୍ୟ ରେକର୍ଡ ଛୁଇଁଛି। ଜାନୁୟାରୀ ୮ ତାରିଖ ସୁଦ୍ଧା ଦେଶରେ ଦିନକୁ ୭୬ କିମି ହାଇଓ୍ବେ ରାସ୍ତା ନିର୍ମାଣ ହୋଇଛି। ଏ ନେଇ ରବିବାର ସୂଚନା ଦେଇଛି ରାଜପଥ ମନ୍ତ୍ରଣାଳୟ। ସେହି ସପ୍ତାହରେ ପୂରା ଦେଶରେ ୫୩୪ କିମି ଏନ୍‌ଏଚ୍‌ ନିର୍ମାଣ କିମ୍ବା ରାସ୍ତା ସମ୍ପ୍ରସାରଣ ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସାଧାରଣତଃ ଏହି ସମୟରେ ଅନୁକୂଳ ପାଗ ଯୋଗୁ ହାଇଓ୍ବେ ନିର୍ମାଣ କାର୍ଯ୍ୟ ଖୁବ ଜୋରରେ ଚାଲେ।

ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଅଫିସିଆଲ ସୂଚନା ଅନୁଯାୟୀ, ଗତବର୍ଷ ଏପ୍ରିଲ ଓ ୨୦୨୧ ଜାନୁୟାରୀ ୧୫ ତାରିଖ ମଧ୍ୟରେ ୮,୧୬୯ କିମି ଏନ୍‌ଏଚ୍‌ ରାସ୍ତା ନିର୍ମାଣ ହୋଇଛି। ଗତ ଆର୍ଥିକ ବର୍ଷ ସମାନ ସମୟ ଅବଧିରେ ୭,୫୭୩ ଏନ୍‌ଏଚ୍‌ ରାସ୍ତା ନିର୍ମାଣ କରାଯାଇଥିଲା। ସେତେବେଳେ ନିର୍ମାଣ କାର୍ଯ୍ୟର ସ୍ପିଡ୍‌ ଥିଲା ଦିନକୁ  ୨୬.୧୧ କିମି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୧୧ ହଜାର କିମି ଏନ୍‌ଏଚ୍‌ ରାସ୍ତା ନିର୍ମାଣ କରିବାକୁ ଟାର୍ଗେଟ ରଖାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri