ଜାତୀୟ ରାଜପଥ ପାଲଟିଛି ଟ୍ରକ୍‌ ପାର୍କିଂ ସ୍ଥଳ

ମାର୍ଶାଘାଇ,୨୯ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଏବେ ଲୁହାପଥର ବୋଝେଇ ଟ୍ରକ୍‌ଗୁଡ଼ିକର ପାର୍କିଂ ସ୍ଥଳ ପାଲଟିଛି। ବିଶେଷ ଭାବେ ମାର୍ଶାଘାଇ ଥାନା ଅନ୍ତର୍ଗତ ହଜାରୀ ଛକଠାରୁ ନୀଳାଚଳ ବଜାର ପର୍ଯ୍ୟନ୍ତ ପ୍ରାୟ ୨୦ କି.ମି. ରାସ୍ତାର ଗୋଟିଏ ପାର୍ଶ୍ୱ ସବୁବେଳେ ଜାମ ରହୁଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଅକାଳରେ ଲୋକଙ୍କ ଜୀବନ ଚାଲିଯାଉଛି। ଦୁର୍ଘଟଣାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ରାଜପଥରେ କୌଣସି ଭାରିଯାନ ପାର୍କିଂ କରିପାରିବେ ନାହିଁ। କିନ୍ତୁ ଏଠାରେ ସବୁ ବେଳେ ରାଜପଥରେ ଟ୍ରକ୍‌ଗୁଡିକ ପାର୍କିଂ କରି ରହୁଛନ୍ତି। ପାରାଦୀପ ବନ୍ଦରରେ ଲୁହାପଥର ଖଲାସରେ ବିଳମ୍ବ ଯୋଗୁ ଏହି ଜାମ ରହୁଥିବା କୁହାଯାଉଛି। ଯେତେବେଳେ ଟ୍ରକ୍‌ଗୁଡିକ ଧୀରେ ଧୀରେ ରାଜପଥରେ ଆଗକୁ ଯିବା ଆରମ୍ଭ କରୁଛି ପଛରେ ଥିବା ଟ୍ରକ୍‌ କେମିତି ଆଗକୁ ଯିବ ସେଥିପାଇଁ ପ୍ରତିଯୋଗିତା ଚାଲିଛି। ଫଳରେ ରାଜପଥ ପାରହେଉଥିବା ଲୋକ ଓ ବାଇକ୍‌ ଆରୋହୀମାନେ ଦୁର୍ଘଟଣାର ଶିକାର ହେଉଛନ୍ତି। ୪ଦିନ ତଳେ କେନାଲ୍‌ ବ୍ରିଜଠାରେ ଜଣେ ବ୍ୟକ୍ତିଙ୍କ ଉପରେ ଆଇରନ ବୋଝେଇ ଟ୍ରକ୍‌ ଚଢିଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଗତ ସପ୍ତାହରେ ନୀଳାଚଳ ବଜାରଠାରେ ଏହିଭଳି ଭାବେ ଜଣେ ଯୁବକ ଉପରେ ଟ୍ରକ୍‌ ମାଡିଯିବାରୁ ତାଙ୍କର ମଧ୍ୟ ଘଟଣାସ୍ଥଳରେ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକମାନେ ଟାୟାର ଜାଳି ରାଜପଥ ଅବରୋଧ କରିଥିଲେ। ପ୍ରଶାସନ ପକ୍ଷରୁ ଏହାର କୌଣସି ସ୍ଥାୟୀ ସମାଧାନ କରାଯାଉ ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri