୫୫ ନମ୍ବର ଜାତୀୟ ରାଜପଥ ଶୋଚନୀୟ, ଓଏଚ୍‌ଆର୍‌ସିରେ ଦାୟର ହେଲା ପିଟିଶନ

କଟକ,୧୦ା୪(କାର୍ତ୍ତିକ ସାହୁ): କଟକରୁ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍‌ଆର୍‌ସି)ରେ ବୁଧବାର ପିଟିଶନ ଦାୟର ହୋଇଛି। ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ପିଟିସନ୍‌ରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଭାରତ ସରକାରଙ୍କ ସଡ଼କ ପରିବହନ ଓ ରାଜପଥ ପରିବହନ ମନ୍ତ୍ରାଳୟର ସଚିବ, ନୂଆଦିଲ୍ଲୀସ୍ଥିତ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷର ଓଡ଼ିଶା ଆଞ୍ଚଳିକ ଅଧିକାରୀ ଓ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନରେ ଦର୍ଶାଯାଇଛି ଯେ, ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ୨୦୨୩ ବର୍ଷରେ ୫୫ ନମ୍ବର ଜାତୀୟ ରାଜପଥର ଦୁରାବସ୍ଥା କାରଣରୁ ପ୍ରାୟ ୪୦୧ଟି ଦୁର୍ଘଟଣା ଘଟି ୧୮୬ ଜଣ ଲୋକଙ୍କ ପ୍ରାଣହାନି ଘଟିଲାଣି। ବର୍ଦ୍ଧିତ ଜନସଂଖ୍ୟା, ସହରୀକରଣ, ଦ୍ରୁତ ଶିଳ୍ପାୟନ ଆଦିକୁ ଦୃଷ୍ଟିରେ ରଖି କଟକରୁ ସମ୍ବଲପୁର ରାଜପଥକୁ ୪ ଲେନ୍‌ବିଶିଷ୍ଟ କରିବାକୁ ୨୦୦୫ରେ ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ବାସ୍ତବରେ ୧୨ ବର୍ଷ ପରେ ଅର୍ଥାତ ୨୦୧୭ରେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ନିର୍ମାଣ କାର୍ଯ୍ୟ ୨୦୨୦ରେ ଓ ସମ୍ବଲପୁର-ଅନୁଗୋଳ ପର୍ଯ୍ୟନ୍ତ ରାଜପଥର ଅଂଶ ନିର୍ମାଣ ୨୦୧୯ରେ ଶେଷ ହେବାକୁ ଥିବା ବେଳେ ଅଦ୍ୟାବଧି ସରିନାହିଁ। ଅପରପକ୍ଷରେ ରାଜପଥର ମରାମତି ଅଭାବରୁ ଏହା ମରଣଯନ୍ତାରେ ପରିଣତ ହୋଇଛି। ପ୍ରତିମାସ ଏକାଧିକ ଦୁର୍ଘଟଣା ଏହି ରାଜପଥରେ ଘଟିଚାଲିଛି। ଗଣମାଧ୍ୟମର ତଥ୍ୟ ଅନୁଯାୟୀ, ୨୦୨୩ ମାର୍ଚ୍ଚ ମାସରେ ୪୧ଟି, ଏପ୍ରିଲରେ ୨୫ଟି, ନଭେମ୍ବରରେ ୩୫ଟି ଓ ଡିସେମ୍ବରରେ ୩୬ ଉଲ୍ଲେଖନୀୟ ସଂଖ୍ୟକ ଦୁର୍ଘଟଣା ସଂଘଟିତ ହୋଇଛି। ଆବେଦନକାରୀ ଏହି ପିଟିଶନକୁ ବିଚାର ପାଇଁ ଗ୍ରହଣ କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜପଥର ନିର୍ମାଣ କାର୍ଯ୍ୟ ଶେଷ ପାଇଁ କି ପଦକ୍ଷେପ ନିଆଯାଇଛି, ଠିକାଦାରଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେନେଇ ପ୍ରତିପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ନିବେଦନ କରିଛନ୍ତି। ସେହିପରି ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେବାକୁ ମଧ୍ୟ ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri