୫୫ ନମ୍ବର ଜାତୀୟ ରାଜପଥ ଶୋଚନୀୟ, ଓଏଚ୍‌ଆର୍‌ସିରେ ଦାୟର ହେଲା ପିଟିଶନ

କଟକ,୧୦ା୪(କାର୍ତ୍ତିକ ସାହୁ): କଟକରୁ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍‌ଆର୍‌ସି)ରେ ବୁଧବାର ପିଟିଶନ ଦାୟର ହୋଇଛି। ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ପିଟିସନ୍‌ରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଭାରତ ସରକାରଙ୍କ ସଡ଼କ ପରିବହନ ଓ ରାଜପଥ ପରିବହନ ମନ୍ତ୍ରାଳୟର ସଚିବ, ନୂଆଦିଲ୍ଲୀସ୍ଥିତ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷର ଓଡ଼ିଶା ଆଞ୍ଚଳିକ ଅଧିକାରୀ ଓ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନରେ ଦର୍ଶାଯାଇଛି ଯେ, ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ୨୦୨୩ ବର୍ଷରେ ୫୫ ନମ୍ବର ଜାତୀୟ ରାଜପଥର ଦୁରାବସ୍ଥା କାରଣରୁ ପ୍ରାୟ ୪୦୧ଟି ଦୁର୍ଘଟଣା ଘଟି ୧୮୬ ଜଣ ଲୋକଙ୍କ ପ୍ରାଣହାନି ଘଟିଲାଣି। ବର୍ଦ୍ଧିତ ଜନସଂଖ୍ୟା, ସହରୀକରଣ, ଦ୍ରୁତ ଶିଳ୍ପାୟନ ଆଦିକୁ ଦୃଷ୍ଟିରେ ରଖି କଟକରୁ ସମ୍ବଲପୁର ରାଜପଥକୁ ୪ ଲେନ୍‌ବିଶିଷ୍ଟ କରିବାକୁ ୨୦୦୫ରେ ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ବାସ୍ତବରେ ୧୨ ବର୍ଷ ପରେ ଅର୍ଥାତ ୨୦୧୭ରେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ନିର୍ମାଣ କାର୍ଯ୍ୟ ୨୦୨୦ରେ ଓ ସମ୍ବଲପୁର-ଅନୁଗୋଳ ପର୍ଯ୍ୟନ୍ତ ରାଜପଥର ଅଂଶ ନିର୍ମାଣ ୨୦୧୯ରେ ଶେଷ ହେବାକୁ ଥିବା ବେଳେ ଅଦ୍ୟାବଧି ସରିନାହିଁ। ଅପରପକ୍ଷରେ ରାଜପଥର ମରାମତି ଅଭାବରୁ ଏହା ମରଣଯନ୍ତାରେ ପରିଣତ ହୋଇଛି। ପ୍ରତିମାସ ଏକାଧିକ ଦୁର୍ଘଟଣା ଏହି ରାଜପଥରେ ଘଟିଚାଲିଛି। ଗଣମାଧ୍ୟମର ତଥ୍ୟ ଅନୁଯାୟୀ, ୨୦୨୩ ମାର୍ଚ୍ଚ ମାସରେ ୪୧ଟି, ଏପ୍ରିଲରେ ୨୫ଟି, ନଭେମ୍ବରରେ ୩୫ଟି ଓ ଡିସେମ୍ବରରେ ୩୬ ଉଲ୍ଲେଖନୀୟ ସଂଖ୍ୟକ ଦୁର୍ଘଟଣା ସଂଘଟିତ ହୋଇଛି। ଆବେଦନକାରୀ ଏହି ପିଟିଶନକୁ ବିଚାର ପାଇଁ ଗ୍ରହଣ କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜପଥର ନିର୍ମାଣ କାର୍ଯ୍ୟ ଶେଷ ପାଇଁ କି ପଦକ୍ଷେପ ନିଆଯାଇଛି, ଠିକାଦାରଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେନେଇ ପ୍ରତିପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ନିବେଦନ କରିଛନ୍ତି। ସେହିପରି ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେବାକୁ ମଧ୍ୟ ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?