୫୫ ନଂ ଜାତୀୟ ରାଜପଥ ଉନ୍ନତିକରଣ କାର୍ଯ୍ୟରେ ଅବ୍ୟବସ୍ଥା : ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ ଆଲୋଚନା

ଢେଙ୍କାନାଳ ଅଫିସ,୬ା୮: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ବସିଥିଲା। ଏଥିରେ ୫୫ ନଂ ଜାତୀୟ ରାଜପଥ ଉନ୍ନତିକରଣ କାର୍ଯ୍ୟରେ ବ୍ୟାପକ ଅବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା। କଟକ ଜିଲା ମଙ୍ଗୁଳି ଛକ ରୁ ଢେଙ୍କାନାଳ, ଅନୁଗୋଳ, ଓ ସମ୍ବଲପୁର ପର୍ଯ୍ୟନ୍ତ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ୍‌ ଓ ଉନ୍ନତିକରଣ କାର୍ଯ୍ୟ ଗତ ୨ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିବା ଯୋଗୁ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତିଦିନ ଦୁର୍ଘଟଣାରେ ଧନଜୀବନ ହାନି ଘଟୁଛି । ଏହାକୁ ନେଇ ଢେଙ୍କାନାଳ ଓ ଅନୁଗୋଳ ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ବ୍ୟାପକ ଆନ୍ଦୋଳନ ମଧ୍ୟ ହୋଇଛି। ବୈଠକରେ ଏ ସକ୍ରାନ୍ତରେ ଆଲୋଚନା ଓ ପର୍ଯ୍ୟାଲୋଚନା ହୋଇଥିଲା। ୫୫ ନମ୍ବର ଜାତୀୟ ରାଜପଥର କଟକରୁ ଢେଙ୍କାନାଳ, ଢେଙ୍କାନାଳରୁ ଅନୁଗୋଳ ଓ ଅନୁଗୋଳରୁ ସମ୍ବଲପୁର ମଧ୍ୟରେ ପ୍ୟାକେଜ ୧ ଓ ପ୍ୟାକେଜ ୨ କାର୍ଯ୍ୟ
୨୦୨୩ ଜୁନ୍‌ ଏବଂ ପ୍ୟାକେଜ ୩ କାର୍ଯ୍ୟ ୨୦୨୪ ମାର୍ଚ୍ଚ ସୁଦ୍ଧା ଶେଷ ହେବ ବୋଲି ବୈଠକ ପରେ ଉତ୍ତରାଞ୍ଚଳ କମିଶନର ଗଣମାଧ୍ୟମକୁ କହିଥିଲେ। ବୈଠକରେ ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଢେଙ୍କାନାଳ ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି, ସମ୍ବଲପୁର ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ ଏବଂ ଜାତୀୟ ରାଜପଥ ପ୍ରାଧିକରଣର ସିଜିଏମଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri