୫୫ ନଂ ଜାତୀୟ ରାଜପଥ ଉନ୍ନତିକରଣ କାର୍ଯ୍ୟରେ ଅବ୍ୟବସ୍ଥା : ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ ଆଲୋଚନା

ଢେଙ୍କାନାଳ ଅଫିସ,୬ା୮: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ବସିଥିଲା। ଏଥିରେ ୫୫ ନଂ ଜାତୀୟ ରାଜପଥ ଉନ୍ନତିକରଣ କାର୍ଯ୍ୟରେ ବ୍ୟାପକ ଅବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା। କଟକ ଜିଲା ମଙ୍ଗୁଳି ଛକ ରୁ ଢେଙ୍କାନାଳ, ଅନୁଗୋଳ, ଓ ସମ୍ବଲପୁର ପର୍ଯ୍ୟନ୍ତ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ୍‌ ଓ ଉନ୍ନତିକରଣ କାର୍ଯ୍ୟ ଗତ ୨ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିବା ଯୋଗୁ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତିଦିନ ଦୁର୍ଘଟଣାରେ ଧନଜୀବନ ହାନି ଘଟୁଛି । ଏହାକୁ ନେଇ ଢେଙ୍କାନାଳ ଓ ଅନୁଗୋଳ ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ବ୍ୟାପକ ଆନ୍ଦୋଳନ ମଧ୍ୟ ହୋଇଛି। ବୈଠକରେ ଏ ସକ୍ରାନ୍ତରେ ଆଲୋଚନା ଓ ପର୍ଯ୍ୟାଲୋଚନା ହୋଇଥିଲା। ୫୫ ନମ୍ବର ଜାତୀୟ ରାଜପଥର କଟକରୁ ଢେଙ୍କାନାଳ, ଢେଙ୍କାନାଳରୁ ଅନୁଗୋଳ ଓ ଅନୁଗୋଳରୁ ସମ୍ବଲପୁର ମଧ୍ୟରେ ପ୍ୟାକେଜ ୧ ଓ ପ୍ୟାକେଜ ୨ କାର୍ଯ୍ୟ
୨୦୨୩ ଜୁନ୍‌ ଏବଂ ପ୍ୟାକେଜ ୩ କାର୍ଯ୍ୟ ୨୦୨୪ ମାର୍ଚ୍ଚ ସୁଦ୍ଧା ଶେଷ ହେବ ବୋଲି ବୈଠକ ପରେ ଉତ୍ତରାଞ୍ଚଳ କମିଶନର ଗଣମାଧ୍ୟମକୁ କହିଥିଲେ। ବୈଠକରେ ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଢେଙ୍କାନାଳ ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି, ସମ୍ବଲପୁର ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ ଏବଂ ଜାତୀୟ ରାଜପଥ ପ୍ରାଧିକରଣର ସିଜିଏମଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri