Posted inଜାତୀୟ

ଚଳନ୍ତା ଯାତ୍ରୀବାହି ବସ୍‌ ଭିତରେ ପଶିଗଲା ୧୦୦ଫୁଟ୍‌ ଲମ୍ବ ପାଇପ

ପାଲି,୨।୧୨: ରାଜସ୍ଥାନର ପାଲି ଜିଲାର ଜୟପୁର-ଅହମଦାବାଦର ଜାତୀୟ ରାଜପଥ-୧୬୨ ନିକଟସ୍ଥ ସାଣ୍ଡେରାଓରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଚଳନ୍ତା ଯାତ୍ରୀବାହି ବସ୍‌ରେ ୧୦୦ଫୁଟ୍‌ ଲମ୍ବର ଏକ ପାଇପ୍‌ ପଶିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ସ୍ଥାନରେ ବହୁ ଦିନରୁ ରାସ୍ତା ପାଶର୍‌ବରେ ଗ୍ୟାସ ପାଇପ ଲାଇନ ବିଛା ଯିବାର କାମ ଚାଲୁଥିଲା। ମଙ୍ଗଳବାର ହାଇଡ୍ରା ମେସିନ ଦ୍ବାରା ପାଇପ ଉଠାଯାଇ ଖୋଳା ଯାଇଥିବା ସ୍ଥାନରେ ପକା ଯାଉଥିଲା। ତେବେ ଏହି ସମୟରେ ମେସିନର ଭାରସାମ୍ୟ ବିଗିଡ଼ି ଯିବାରୁ ରାସ୍ତାରେ ଯାଉଥିବା ଏକ ଯାତ୍ରୀବାହି ବସ୍‌ ଭିତରେ ଏହି ପାଇପ ପଶି ଯାଇଥିଲା। ପାଇପଟି ବସ୍‌ର ଗୋଟିଏ ପାଶର୍‌ବରେ ପଶି ଆରପାଶର୍‌ବରେ ବାହାରି ଯାଇଥିଲା। କେହି କିଛି ବୁଝିବା ଆଗରୁ ଜଣେ ମହିଳାଙ୍କ ମୁଣ୍ଡ ଶରୀରରୁ ଅଲଗା ହୋଇଥିବା ବେଳେ ଜଣେ ଯୁବକଙ୍କ ମୁଣ୍ଡ ଫାଟିଯାଇଥିଲା। ଏହାକୁ ଦେଖି ଅନ୍ୟ ଯାତ୍ରୀ କାନ୍ଦ ବୋବାଳି ଆରମ୍ଭ ହୋଇଯାଇଥିଲା। ଏହି ଦୃଶ୍ୟକୁ ଦେଖି ସ୍ଥାନୀୟ ଲୋକ ମଧ୍ୟ ସ୍ତବ୍ଧ ହୋଇଯାଇଥିଲେ। ଏହାପରେ ଏନେଇ ସ୍ଥାନୀୟ ପୋଲିସକୁ ଲୋକେ ଖବର ଦେବା ସହ ଆହତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଆହତଙ୍କ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣା ଯୋଗୁ ରାସ୍ତାରେ କିଛି ସମୟ ପାଇଁ ଟ୍ରାଫିକ୍‌ ଜାମ୍‌ ସମସ୍ୟା ଦେଖାଦେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?