ଜାତୀୟ ରାଜପଥ ଟ୍ରାକ୍ଟର-ଟ୍ରକ ମୁହାଁମୁହିଁ ଧକ୍କା: ଭାଙ୍ଗିଗଲା ଏଟିଏମ୍‌

ଡୁଙ୍ଗୁରିପାଲି ୨୬।୬(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଥିବା ବେଳେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବ, ଏକ ଟ୍ରାକ୍ଟର(ନଂ ଓଡି୧୭ଜି-୮୨୧୯) ଡୁଙ୍ଗୁରିପାଲି ଆରଏମ୍‌ସି ମଣ୍ଡିରୁ ଧାନ ଅନ୍‌ଲୋଡ଼ କରି ସାନନୂଆଁପାଲି ଗ୍ରାମକୁ ଫେରୁଥିଲା। ସେତିକି ବେଳେ ବରଗଡ଼ ପଟୁ ଆସୁଥିବା ଏକ ଲୁହାରଡ଼ ବୋଝେଇ ୧୨ ଚକିଆ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଖବର ପାଇଁ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ଡ୍ରାଇଭର ରମେଶ ଦଣ୍ଡସେନା(୩୦)ଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ରମେଶଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଭୀମସାର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ଦୁର୍ଘଟଣାରେ ଟ୍ରାକ୍ଟର ଭାଙ୍ଗି ଚୁରମାର୍‌ ହୋଇଯାଇଛି।

ସୂଚନା ଯୋଗ୍ୟ, ଟ୍ରକ ଟ୍ରାକ୍ଟରକୁ ଧକ୍କା ଦେଇ ସେଠାରୁ ପୁଣି ପ୍ରାୟ ୧୦୦ ମିଟର ଦୂରରେ ରାସ୍ତା ପାର୍ଶ୍ୱରେ ଥିବା ୨ଟି ବିଦ୍ୟୁତ୍‌ ପୋଲ, ବ୍ୟାଙ୍କ ଏଟିଏମକୁ ଧକ୍କା ଦେଇ ବ୍ୟାଙ୍କ ପାଖରେ ଥିବା ଏକ ଘରକୁ ପଶିଆସିଥିଲା। ଦୁର୍ଘଟଣାଗ୍ରସ୍ତ ଟ୍ରକ ପଡି ରହିଥିବାରୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହୋଇଥିଲା। ଏ ନେଇ ବ୍ୟାଙ୍କ ମେନେଜର ସାଶ୍ୱତ ପାଣିଗ୍ରାହୀ ଡୁଙ୍ଗୁରିପାଲି ଥାନା ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଡୁଙ୍ଗୁରିପାଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ହେଲେ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭ ଫେରାର ହୋଇଯାଇଥିବା ବେଳେ ପୋଲିସ ହେଲପରଙ୍କୁ ଅଟକ ରଖି ପଚରାଉଚରା କରୁଛି। ଦୁର୍ଘଟଣା ସ୍ଥଳରେ ପୋଲିସ ଜଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri