ଜାତୀୟ ରାଜପଥ ଟ୍ରାକ୍ଟର-ଟ୍ରକ ମୁହାଁମୁହିଁ ଧକ୍କା: ଭାଙ୍ଗିଗଲା ଏଟିଏମ୍‌

ଡୁଙ୍ଗୁରିପାଲି ୨୬।୬(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଥିବା ବେଳେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବ, ଏକ ଟ୍ରାକ୍ଟର(ନଂ ଓଡି୧୭ଜି-୮୨୧୯) ଡୁଙ୍ଗୁରିପାଲି ଆରଏମ୍‌ସି ମଣ୍ଡିରୁ ଧାନ ଅନ୍‌ଲୋଡ଼ କରି ସାନନୂଆଁପାଲି ଗ୍ରାମକୁ ଫେରୁଥିଲା। ସେତିକି ବେଳେ ବରଗଡ଼ ପଟୁ ଆସୁଥିବା ଏକ ଲୁହାରଡ଼ ବୋଝେଇ ୧୨ ଚକିଆ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଖବର ପାଇଁ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ଡ୍ରାଇଭର ରମେଶ ଦଣ୍ଡସେନା(୩୦)ଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ରମେଶଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଭୀମସାର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ଦୁର୍ଘଟଣାରେ ଟ୍ରାକ୍ଟର ଭାଙ୍ଗି ଚୁରମାର୍‌ ହୋଇଯାଇଛି।

ସୂଚନା ଯୋଗ୍ୟ, ଟ୍ରକ ଟ୍ରାକ୍ଟରକୁ ଧକ୍କା ଦେଇ ସେଠାରୁ ପୁଣି ପ୍ରାୟ ୧୦୦ ମିଟର ଦୂରରେ ରାସ୍ତା ପାର୍ଶ୍ୱରେ ଥିବା ୨ଟି ବିଦ୍ୟୁତ୍‌ ପୋଲ, ବ୍ୟାଙ୍କ ଏଟିଏମକୁ ଧକ୍କା ଦେଇ ବ୍ୟାଙ୍କ ପାଖରେ ଥିବା ଏକ ଘରକୁ ପଶିଆସିଥିଲା। ଦୁର୍ଘଟଣାଗ୍ରସ୍ତ ଟ୍ରକ ପଡି ରହିଥିବାରୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହୋଇଥିଲା। ଏ ନେଇ ବ୍ୟାଙ୍କ ମେନେଜର ସାଶ୍ୱତ ପାଣିଗ୍ରାହୀ ଡୁଙ୍ଗୁରିପାଲି ଥାନା ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଡୁଙ୍ଗୁରିପାଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ହେଲେ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭ ଫେରାର ହୋଇଯାଇଥିବା ବେଳେ ପୋଲିସ ହେଲପରଙ୍କୁ ଅଟକ ରଖି ପଚରାଉଚରା କରୁଛି। ଦୁର୍ଘଟଣା ସ୍ଥଳରେ ପୋଲିସ ଜଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?