Posted inଜାତୀୟ

ବିରାଟ ରାଜା ପଧାନଙ୍କୁ ବିଜ୍ଞାନ ସଂଚାରକ ଜାତୀୟ ସମ୍ମାନ

ଲକ୍ଷ୍ନୌ,୧୭ା୨: ଲକ୍ଷ୍ନୌସ୍ଥିତ ବାବା ଭୀମ ରାଓ ଆମ୍ବେଦକରସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଜନପ୍ରିୟ ବିଜ୍ଞାନ ଲେଖକ ତଥା ବିଜ୍ଞାନ ସଞ୍ଚାରକ ବିରାଟ ରାଜା ପଧାନଙ୍କୁ ପ୍ରଫେସର ହରିଶଙ୍କର ଶ୍ରୀବାସ୍ତବ ଜାତୀୟ ବିଜ୍ଞାନ ସଂଚାରକ ପୁରସ୍କାର ପ୍ରଦାନ କରାଯାଇଛି। ଆଜି ବିଶ୍ୱବିଦ୍ୟାଳୟସ୍ଥିତ ଅଟଳ ବିହାରୀ ବାଜପେୟୀ ଅଡିଟରିୟମଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ସମ୍ମିଳନୀ ଅବସରରେ ଉତ୍ତର ପ୍ରଦେଶ ସରକାରଙ୍କ ଜଳ ଶକ୍ତି ବିଭାଗୀୟ ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂହ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପଧାନଙ୍କୁ ମାନପତ୍ର, ଉପଢୌକନ, ଅନୁଷ୍ଠାନର ଆଜୀବନ ସଦସ୍ୟତା ଏବଂ ୨୦୦୦୦ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ପଦ୍ମବିଭୂଷଣ ଅନିଲ ଯୋଶୀ,ନେହୁ ବିଶ୍ୱବିଦ୍ୟାଳୟର ବରିଷ୍ଠ ପ୍ରଫେସର ସରୋଜ କୁମାର ବାରିକ, ପ୍ରଫେସର ରାଣା ପ୍ରତାପ ସିଂହ ପ୍ରମୁଖ ଏହି ସମ୍ମାନ ସମାରୋହରେ ଉପସ୍ଥିତ ଥିଲେ।

ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ବେଙ୍କମୁରାଠାରେ ଏକାରାମ ପଧାନ ଓ ଶଙ୍କରାବତି ପଧାନଙ୍କ ଔରସରୁ ଜନ୍ମିତ ଶ୍ରୀ ପଧାନ ୧୯୯୭ରୁ ବିଭିନ୍ନ ବିଜ୍ଞାନ ରଚନାରେ ନିମଗ୍ନ। ସେହିପରି ବିଜ୍ଞାନର ପ୍ରଚାର ପ୍ରସାର ଦିଗରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାରେ ସେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି। ତାଙ୍କର ଲେଖାଗୁଡିକ ଶୈଶବ, ମନପବନ, ଯୁଗୋପଯୋଗୀ ସୁବର୍ଣ୍ଣଦୀପ,ସଂସାର,ଧରିତ୍ରୀ,ସମାଜ, ପ୍ରଗତିବାଦୀ,ସମୟ,ସକାଳ,ପ୍ରମେୟ ଆଦି ବହୁ ପତ୍ରପତ୍ରିକାରେ ପ୍ରକାଶିତ ଓ ଉଚ୍ଚ ପ୍ରଶଂସିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri