Posted inଖେଳ

ଜାତୀୟ ଆଇସ୍‌ଷ୍ଟକ୍‌ ଚାମ୍ପିୟନଶିପ୍‌: ଓଡ଼ିଶା ପାଇଁ ବ୍ରୋଞ୍ଜ ଜିତିଲେ ଅନୁଜ, କୁନାଲ

ଭୁବନେଶ୍ୱର, ୫ା୨(କ୍ରୀଡ଼ା ପ୍ରତିନିଧି)-କଶ୍ମୀରର ଗୁଲମାର୍ଗଠାରେ ୭ମ ଜାତୀୟ ଆଇସ୍‌ଷ୍ଟକ୍‌ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୫ ରାଜ୍ୟରୁ ୩୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଆଇସ୍‌ଷ୍ଟକ୍‌ ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ୫ ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୭ ଜଣ ଏଥିରେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ସବ୍‌ଜୁନିୟର କାଟେଗୋରିରେ ୨ ଜଣ ବ୍ରୋଞ୍ଜ ପଦକ ହାସଲ କରି ରାଜ୍ୟକୁ ଗର୍ବିତ କରିଛନ୍ତି। ଏହି ଦୁଇ ଖେଳାଳି ହେଲେ କୁନାଲ ବେହେରା ଓ ଅନୁଜ ଚୌଧୁରୀ। ଏହା ବ୍ୟତୀତ ଓଡ଼ିଶାର ୪ ଖେଳାଳି ଦ୍ୱିତୀୟ ଖେଲୋ ଇଣ୍ଡିଆ ନ୍ୟାଶନାଲ ଓ୍ବିଣ୍ଟର ଗେମ୍ସ ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ଚନ୍ଦନ ମାହାନା, ଅରବିନ୍ଦ ପାଢ଼ୀ, ସ୍ବରାଜ ମହାପାତ୍ର ଓ ସୋନୁ ସୋମଲିୟା। ଏମାନଙ୍କ ମଧ୍ୟରୁ ଚନ୍ଦନ, ଅରବିନ୍ଦ ଓ ସ୍ବରାଜ ଗୁଲମାର୍ଗ ଟୁର୍ନାମେଣ୍ଟରେ ସିନିୟର କାଟେଗୋରିରେ ଭାଗନେଇ ପଦକ ପାଇ ନ ଥିଲେ। ମାତ୍ର ପ୍ରଦର୍ଶନ ଭିତ୍ତିରେ ସେମାନଙ୍କ ଚୟନ କରାଯାଇଛି। ସୋନୁ ସୋମଲିୟା ପ୍ରଥମ ଖେଲୋ ଇଣ୍ଡିଆ ଗେମ୍ସରେ ଭାଗ ନେଇଥିଲେ। ତେଣୁ ସେ ମଧ୍ୟ ସ୍ବତଃ ଚୟନ ହୋଇଛନ୍ତି। ଓଡ଼ିଶା ଦଳ ପ୍ରତ୍ୟାବର୍ତ୍ତନ କରିବା ପରେ ଝାରସୁଗୁଡ଼ା ରେଲଓ୍ବେ ଷ୍ଟେଶନରେ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ଆସୋସିଏଶନ ପକ୍ଷରୁ ଅରବିନ୍ଦ ବାରିକ, ପ୍ରେମ୍‌ ସିଂ ଥାପ୍ପା, ରବୀନ୍ଦ୍ର ଚୌଧୁରୀ, ଅମ୍ବିକା ନାଥ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ଦଳର କୋଚ୍‌ ଥିଲେ ଆଶୁତୋଷ ନାୟକ ଓ ମ୍ୟାନେଜର ଭବାନୀ କୁମାର ସାହୁ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri