ଜାତୀୟ କନିଷ୍ଠ ଦୌଡକୁଦ ପ୍ରତିଯୋଗିତା: ଭାଗନେବେ ବୀରମହାରାଜପୁରର ୨ ପ୍ରତିଯୋଗୀ

ଅମରପାଲି, ୧୦ା୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୨ଜଣ ଛାତ୍ରୀ ୪୦ତମ ଜାତୀୟ କନିଷ୍ଠ ଦୌଡକୁଦ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଚୟନ ହୋଇଛନ୍ତି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ୪୦ତମ ଜାତୀୟ କନିଷ୍ଠ ଦୌଡକୁଦ ପ୍ରତିଯୋଗିତାରେ ଜୁନିୟର ବିଭାଗରେ ଓଡ଼ିଶାରୁ ମୋଟ ୭୨ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଏମାନଙ୍କ ମଧ୍ୟରୁ ସୁବର୍ଣ୍ଣପୁର ଜିଲାରୁ ୩ଜଣ ପ୍ରତିଯୋଗୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ବୀରମହାରାଜପୁର ବ୍ଲକର ୨ ଜଣ ପ୍ରତିଯୋଗୀ ରହିଛନ୍ତି l ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବାଳିକା ବିଭାଗରେ ଏହି ବ୍ଲକ ସଂଗ୍ରାମପୁର ଗ୍ରାମର ପ୍ରତିମୟୀ ଭୁକ୍ତା ଓ ଯୁବରାଜପୁରର ଲିପ୍ସା ପଧାନ ଅଂଶଗ୍ରହଣ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମ ରେ ହେବାକୁ ଥିବା କ୍ରୀଡ଼ା ମହାକୁମ୍ଭରେ ପ୍ରୀତିମୟୀ ୧୦୦୦ ମିଟର ଦୌଡ ଓ ଲିପ୍ସା ପେଣ୍ଟାଥାଲନରେ ଓଡ଼ିଶା ଦୌଡକୁଦ ସଂଘ ତରଫରୁ ଅଂଶଗ୍ରହଣ କରିବେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri