ଜାତୀୟ କରାଟେ ଚାମ୍ପିୟନଶିପ୍‌: ଉତ୍ତରପ୍ରଦେଶ ଗସ୍ତରେ ଯିବେ ଲୋଇସିଂହାର ୭ ପ୍ରତିଯୋଗୀ

ଲୋଇସିଂହା,୨୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ରାଇଜିଂ କ୍ଲବର ପ୍ରଶିକ୍ଷାର୍ଥୀମାନେ ଆସନ୍ତା ୨ ଓ ୩ ତାରିଖରେ ଉତ୍ତରପ୍ରଦେଶର ଗାଜିଆବାଦରେ ହେବାକୁ ଥିବା ଜାତୀୟ ଓପନ କରାଟେ ଚାମ୍ପିୟନଶିପରେ ଅଂଶଗ୍ରହଣ କରିବେ। ଖୁବଶୀଘ୍ର ପ୍ରଶିକ୍ଷକ ଅଲେଖ ଛତରଙ୍କ ନେତୃତ୍ୱରେ ୭ ଜଣିଆ ଦଳ ଏହି ପ୍ରତିଯୋଗିତା ପାଇଁ ଲୋଇସିଂହାରୁ ଯାତ୍ରା କରିବେ ବୋଲି ଜଣାଯାଇଛି। ଏଥିରେ ୭ରୁ ୧୨ ବର୍ଷ ବର୍ଗର ପ୍ରତିଯୋଗୀ ରହିଛନ୍ତି। ସେମାନେ ହେଲେ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଏଫ୍ରାତା ଜୋଏଲ, ଅରମାନ ବାରିକ, ଆୟୁଷ୍ମାନ ବାରିକ, ପ୍ରତ୍ୟୁଷ ସାହୁ, ପ୍ରତିମ ସାହୁ, ଦିପ୍ତୀମୟୀ ଛତର ଓ ଶକ୍ତିମୟୀ ଛତର। ପ୍ରତିଯୋଗିତାକୁ ଯିବା ପୂର୍ବରୁ କ୍ଲବ ପରିସରରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ଏଥିରେ କ୍ଲବ ସଭାପତି ଗୁରୁଚରଣ ଧୀର, ସମ୍ପାଦକ ଗୋପାଳ ପ୍ରଧାନ, କୋଷାଧ୍ୟକ୍ଷ କିଶୋର ସୁନା ଏବଂ ପରାମର୍ଶଦାତା ଭୋଳାନାଥ ମିର୍ଦ୍ଧା ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ସହିତ ସଫଳତା କାମନା କରି ସମ୍ବର୍ଦ୍ଧନା ଜଣାଇଥିଲେ। ଲୋଇସିଂହା ଅଞ୍ଚଳର ଏହି କୁନି ପ୍ରତିଭାମାନେ ଜାତୀୟ ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରି ଗୌରବ ଆଣିବେ ବୋଲି ସ୍ଥାନୀୟ ଲୋକେ ଆଶା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri