Posted inଖେଳ

ପରିବାର ଚଳାଇବା ପାଇଁ ଘରେ ମଦ ତିଆରିକରି ବିକ୍ରି କରୁଛନ୍ତି ସ୍ବର୍ଣ୍ଣ ପଦକ ବିଜେତା ଏହି ଖେଳାଳି

ଯେତେବେଳେ କେହି ଜଣେ ସ୍ବର୍ଣ୍ଣ ପଦକ ଜିତିଥାନ୍ତି, ତାଙ୍କ ପରିବାର ସହ ପଡୋଶୀ ମଧ୍ୟ ବହୁତ ଖୁସି ହୋଇଥାନ୍ତି। ସେମିତି ଜଣେ ହେଲେ ଝାରଖଣ୍ଡର ଭିମଲା ମୁଣ୍ଡା। ଭିମଲା କରାଟେରେ ସ୍ବର୍ଣ୍ଣ ପଦକ ଜିତି ନିଜ ଅଞ୍ଚଳର ନାମ ଉଚ୍ଚ କରିଥିଲେ। ଅଞ୍ଚଳବାସୀ ବହୁତ ଖୁସି ହୋଇଯାଇଥିଲେ। ହେଲେ ଏବେ ଅବସ୍ଥା ଏତେ ଖରାପ ହୋଇଛି ଯେ, ପରିବାର ଚଳାଇବା ପାଇଁ ତାଙ୍କୁ ଦେଶୀ ମଦ ବିକ୍ରି କରିବାକୁ ପଡ଼ୁଛି।
୨୦୧୧ ମସିହାରେ ବିମଲା ୩୪ତମ ରାଷ୍ଟ୍ରୀୟ ଖେଳରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଆଜି ପର୍ଯ୍ୟନ୍ତ ସେ ସରକାରଙ୍କଠାରୁ ଚାକିରିଟିଏ ଅପେକ୍ଷାରେ ରହିଛନ୍ତି। ପରିବାର ଚଳାଇବା ପାଇଁ ଭିମଲା ଏକ କୋଚିଂ ସେଣ୍ଟର ଖୋଲି ପିଲାମାନଙ୍କୁ କରୋଟେ ଶିଖାଉଥିଲେ। ମାତ୍ର କରୋନା ଯୋଗୁ ତାହା ବନ୍ଦ ହୋଇଗଲା। କୌଣସି ଉପାୟ ନ ପାଇ ଭିମଲା ପରିବାର ପୋଷିବା ପାଇଁ ଘରେ ଦେଶୀ ମଦ ତିଆରି କରି ବିକ୍ରି କରୁଛନ୍ତି।
ଏହା ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ନଜରରେ ପଡ଼ିବା ପରେ ଏବେ ସେ ଭିମଲାଙ୍କ ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିଛନ୍ତି। ତାଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ଖେଳ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟରରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri