Posted inଖେଳ

ଆଜିଠୁ ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍‌

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଖୋ ଖୋ ଫେଡେରେଶନ ଅଫ୍‌ ଇଣ୍ଡିଆ ଏବଂ ଓଡ଼ିଶା ଖୋ ଖୋ ଆସୋସିଏଶନର ମିଳିତ ସହଯୋଗରେ ୫୭ତମ ସିନିୟର ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍‌ ପ୍ରଥମଥର ପାଇଁ ଓଡ଼ିଶାରେ ଆୟୋଜନ ହେବାକୁ ଯାଉଛି। ଏହା ସୋମବାରଠାରୁ ଏପ୍ରିଲ୍‌ ୪ତାରିଖ ପର୍ଯ୍ୟନ୍ତ ପୁରୀରେ ହେବ।

ଏହି ଉପଲକ୍ଷେ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମସ୍ଥିତ ଜିମ୍ନାଷ୍ଟିକ୍‌ ହଲଠାରେ ଆସୋସିଏଶନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋ ଖୋ ଫେଡେରେଶନ ଅଫ୍‌ ଇଣ୍ଡିଆର ସଭାପତି ସୁଧାଂଶୁ ମିତଲ, ଇଣ୍ଡିଆ ଖୋ ଖୋ ଟିମ୍‌ର କୋଚ୍‌ ଅଶ୍ୱିନ ଶର୍ମା, ଖୋ ଖୋ ଫେଡରେଶନ ଅଫ୍‌ ଇଣ୍ଡିଆର ସମ୍ପାଦକ ଏମ୍‌ ଏସ୍‌ ତ୍ୟାଗୀ, ଓଡ଼ିଶା ଖୋ ଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ମିଶ୍ର, ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରାରମ୍ଭରେ ଓଡ଼ିଶା ଖୋ ଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ମିଶ୍ର ଚାମ୍ପିୟନଶିପ୍‌ ସମ୍ପର୍କରେ ସୂଚନା ଦେଇଥିଲେ। ଖୋ ଖୋ ଫେଡରେଶନ ଅଫ୍‌ ଇଣ୍ଡିଆର ସଭାପତି ସୁଧାଂଶୁ ମିତଲ କହିଛନ୍ତି ପ୍ରତିଯୋଗିତା ୫ ଦିନ ଧରି ତାଳବଣିଆ ଖେଳପଡ଼ିଆଠାରେ ହେବ। ଏଥିରେ ପୁରୁଷ ବିଭାଗରେ ୪୦ ଏବଂ ମହିଳା ବିଭାଗରେ ୪୦ଟି ଦଳ ଏହିପରି ସମୁଦାୟ ୮୦ଟି ଦଳ ଅଂଶଗ୍ରହଣ କରିବେ। ଏଥିରେ ସମୁଦାୟ ୧୯୦ଟି ମ୍ୟାଚ୍‌ ମ୍ୟାଟ୍‌ରେ ଖେଳାଯିବ। ପ୍ରଥମ ଥର ପାଇଁ ଖୋ ଖୋ କ୍ରୀଡ଼ାରେ ରିଭ୍ୟୁ ସିଷ୍ଟମ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ମ୍ୟାଚ୍‌ଗୁଡ଼ିକ ଡି.ଡି ସ୍ପୋଟର୍‌ସରେ ସିଧାପ୍ରସାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ କିଙ୍ଗ୍ସକକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri