ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟରେ ଜାତୀୟ ଆଇନ୍‌ କର୍ମଶାଳା

ଭୁବନେଶ୍ୱର,୧୩।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟରେ ‘ପରିବର୍ତ୍ତନଶୀଳ ଜଗତରେ ନ୍ୟାୟପାଳିକାର ଭୂମିକା’ ଶୀର୍ଷକ ବିଷୟବସ୍ତୁ ଉପରେ ପ୍ରଥମ ଜାତୀୟ ଆଇନ୍‌ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ପ୍ରାକ୍ତନ ବିଚାରପତି ଅନଙ୍ଗ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରି ମୌଳିକ ଅଧିକାରର ସୁରକ୍ଷା ପ୍ରଦାନ କରିବା ଦିଗରେ ନ୍ୟାୟପାଳିକାର ଯଥେଷ୍ଠ ଭୁମିକା ରହିଛି ବୋଲି ଅଭିମତ ପ୍ରଦାନ କରିଥିଲୋ

ସେହିଭଳି ଆଡ୍‌ଭୋକେଟ୍‌ ଜେନେରାଲ,ଓଡିଶା ଅଶୋକ କୁମାର ପରିଜା ସମ୍ମାନିତ ଅତିଥିଭାବେ ଯୋଗଦାନ କରି ବିଶ୍ୱର ଦୃତ ପ୍ରଗତି ଓ ଆଟିଫିସିଆଲ ଇଣ୍ଟେିଲ୍‌ଜେନ୍‌ସିର କାର୍ଯ୍ୟକାରିତା ଦିଗରେ ନ୍ୟାୟପାଳିକାର ଗୁରୁତ୍ୱପୂଣ୍ଣ ଭୁମିକା ରହିଛି ବୋଲି ମତବ୍ୟକ୍ତ କରିଥିଲୋ ସମ୍ମାନିତ ଅତିଥିଭାବେ ଯୋଗଦାନ କରି ଜାତୀୟ ଆଇନ୍‌ ବିଶ୍ୱବିଦ୍ୟାଳୟ ଓଡିଶାର କୁଳପତି ପ୍ରଫେସର୍‌ ବେଦ୍‌ କୁମାରୀ ତାଙ୍କର ଅଭିଭାଷଣରେ ବ୍ୟକ୍ତିଗତ ଗୋପନୀୟତା, ବିବାହ ଓ ଯୌତୁକ ଆଇନ୍‌ ଓ ବାଳ ଅପରାଧ ମାମଲା ସମ୍ବନ୍ଧୀୟ ନ୍ୟାୟୀକ ନିଷ୍ପତି ସମ୍ପର୍କରେ ବିଶେଷଭାବେ ଆଲୋକପାତ କରିଥିଲେ।

ପରିର୍ବନଶୀଳ ସମାଜରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ ବୋଲି ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା କୁଳାଧକ୍ଷ ପ୍ରଫେସର୍‌ (ଡ.) ବିଶ୍ୱଜିତ୍‌ ପଟ୍ଟନାୟକ ତାଙ୍କର ସ୍ବାଗତ ଅଭିଭାଷଣରେ ମତବ୍ୟକ୍ତ କରିଥିଲେ। ସତ୍ୟ ଓ ନ୍ୟାୟର ପ୍ରତିଷ୍ଠା ଦିଗରେ ଆଇନ୍‌ର ପ୍ରଚେଷ୍ଟା ଅଭିନନ୍ଦନୀୟ ବୋଲି ମଧ୍ୟ ସେ ସୂଚନା ପ୍ରଦାନ କରିଥିଲେ ଏବଂ ପରିଶେଷରେ ଅତିଥିମାନଙ୍କୁ ଉପଢୌକନ ଓ ଫଳକ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri