Posted inଖେଳ

ଜାତୀୟ ଲେଗ୍‌ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ମଥୁରାରେ ମଙ୍ଗଳବାର ଉଦ୍‌ଯାପିତ ୯ମ ଜାତୀୟ ଲେଗ୍‌ କ୍ରିକେଟରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ଚନ୍ଦନ ରାୟଙ୍କ ନେତୃତ୍ୱାଧୀନ ଓଡ଼ିଶା ଫାଇନାଲରେ ଦିଲ୍ଲୀକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୮ ଓଭରରେ ୧୬୩ ରନକରି ଅଲଆଉଟ ହୋଇଥିଲା। ଜବାବରେ ଓଡ଼ିଶା ୯ ଓଭରରେ ୮ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଗ୍ରୁପ୍‌ ‘ବି’ରେ ସ୍ଥାନ ପାଇଥିବା ଓଡ଼ିଶା ଗ୍ରୁପ ପର୍ଯ୍ୟାୟରେ ଉତ୍ତର ପ୍ରଦେଶ-ବି ଓ ତେଲେଙ୍ଗାନାକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଥିଲା। ସେମିରେ ଉତ୍ତର ପ୍ରଦେଶ-ଏକୁ ୫୮ ରନରେ ହରାଇ ଦଳ ଫାଇନାଲରେ ପ୍ରବେଶ କରିଥିଲା। ବର୍ତ୍ତମାନ ଭାରତୀୟ ଲେଗ୍‌ କ୍ରିକେଟ ଦଳର ମଧ୍ୟ ଅଧିନାୟକ ଥିବା ଚନ୍ଦନଙ୍କ ନେତୃତ୍ୱରେ ଓଡ଼ିଶା ଦ୍ୱିତୀୟଥରପାଇଁ ଜାତୀୟ ପ୍ରତିଯୋଗିତା ଜିତିଛି। ଓଡ଼ିଶା ଲେଗ୍‌ କ୍ରିକେଟ ଆସୋସିଏଶନ ସାଧାରଣ ସମ୍ପାଦକ ଦୁଲାଲ ଚନ୍ଦ୍ର ପ୍ରଧାନ ଚାମ୍ପିୟନ ରାଜ୍ୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri