ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା ଆରମ୍ଭ ହୋଇଛି। ଏହାର ଏକ ଭିଡିଓ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ଉକ୍ତ ଭିଡିଓଟି ସିନେ ସମୀକ୍ଷକ ଅନୁପମା ଚୋପ୍ରାଙ୍କ ଦ୍ୱାରା ଆୟୋଜିତ ପ୍ରଥମ ‘ପ୍ୟାନ୍‌ ଇଣ୍ଡିଆ ଫିଲ୍ମ ମେକର୍ସ ଆଡ୍ଡା’ ସମୟର ବୋଲି ଜଣାପଡୁଛି। ସେଥିରେ ମାଲାୟାଲମ ସିନେମାର ଅଭିନେତା, ନିର୍ଦ୍ଦେଶକ ତଥା ନିର୍ମାତା ପୃଥ୍ବୀରାଜ ସୁକୁମାରନ କହିଛନ୍ତି, ଓଡିଶାର ଏକ ନୂଆ ଚଳଚ୍ଚିତ୍ର ବିଷୟରେ ସମସ୍ତେ ଆଲୋଚନା କରୁଛନ୍ତି। ଫିଲ୍ମ ନାଁ ଟି କ’ଣ ମୁଁ ଭୁଲି ଯାଉଛି। ମୁଁ ଏପର୍ଯ୍ୟନ୍ତ ତାହା ଦେଖି ନାହିଁ। କିନ୍ତୁ ପ୍ରଶାନ୍ତ ନୀଲ ମୋତେ ଉକ୍ତ ଫିଲ୍ମ ବିଷୟରେ କହୁଥିଲେ। ସେ ଆହୁରି କହିଛନ୍ତି, ଆମେ ଏଠାରେ ବସି ହିନ୍ଦୀ, ତେଲୁଗୁ, ତାମିଲ ଏବଂ ମାଲାୟାଲମ୍‌ ବିଷୟରେ କଥାବାର୍ତ୍ତା କରୁଛୁ। ଯାହା ଜଣାପଡୁଛି, ଆଗାମୀ ଦିନରେ ୫୦୦ କୋଟିର ଚଳଚ୍ଚିତ୍ର ଓଡ଼ିଶା କିମ୍ବା ଆସାମରୁ ବି ଆସିପାରେ ବୋଲି ସୁକୁମାରନ ଆଶାବ୍ୟକ୍ତ କରିଛନ୍ତି। ତେବେ ସେଠାରେ ଉପସ୍ଥିତ ଥିବା ପ୍ରଯୋଜକ ତଥା ଅଭିନେତା କମଲ ହାସନ ମଧ୍ୟ ସେମାନେ ସକ୍ଷମ ବୋଲି କହିଛନ୍ତି। ଏହି ଶୋ’ ବା ଆଲୋଚନାର ନିର୍ଦ୍ଦେଶିକା ସ୍ବପ୍ନା ଦତ୍ତ, ଲୋକେଶ କାନାଗୁରଜ, ଏସ୍‌.ଏସ୍‌.ରାଜାମୌଲି, ଗୌତମ ବାସୁଦେବ ମେନନ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୨ରେ ଦମନ, ପ୍ରତୀକ୍ଷା, ଆଦିୟୁ ଗୋଦାର୍ଡ ଭଳି କେତେକ ଓଡ଼ିଆ ଚଳଚ୍ଚିତ୍ର ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରଶଂସା ଓ ସମ୍ମାନ ଲାଭ କରିଛି। ଓଡ଼ିଶା ଚଳଚ୍ଚିତ୍ରକୁ ନୂଆ ଦିଶା ଦେଖାଇଥିବା ଏସବୁ ଲୋକପ୍ରିୟ ଚଳଚ୍ଚିତ୍ର ଉପରେ ସେମାନଙ୍କ ଆଲୋଚନା ପର୍ଯ୍ୟବସିତ ଥିବା ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri