ଭଞ୍ଜନଗରରେ ହେବ ଜାତୀୟସ୍ତରର ଷ୍ଟାଡିୟମ, କେଏସୟୁବି କଲେଜରେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ଭଞ୍ଜନଗର ହେଉଛି ରାଜ୍ୟର ଏକ ବଡ ଉପଖଣ୍ଡ। ଜିଲା ସଂଖ୍ୟା ବୃଦ୍ଧି ସମୟରେ ଏହି ଉପଖଣ୍ଡ ଜିଲା ମାନ୍ୟତା ପାଇବାର ଥିଲା। କିନ୍ତୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ କୌଣସି କାରଣରୁ ଉପଖଣ୍ଡବାସୀଙ୍କ ଦାବିକୁ ଗୁରୁତ୍ତ୍ୱ ଦେଇ ନ ଥିଲେ। ଅଞ୍ଚଳବାସୀ ଘୁମୁସର ଜିଲା ମାନ୍ୟତା ପାଇବାରୁ ବଞ୍ଚିତ ହେଲେ। ଏବେବି ଏହି ସହରର ଅନେକ ବିକାଶ ଆବଶ୍ୟକ କରୁଛି। ସେଥିମଧ୍ୟରେ ଜାତୀୟସ୍ତରରେ ଏକ ଖେଳ ପଡିଆ ଦରକାର। ସହରରେ ଥିବା ପଡ଼ିଆଟି ଏକ ବେସରକାରୀ ଅନୁଷ୍ଠାନ ହାତରେ। ଉକ୍ତ ପଡ଼ିଆର ବର୍ତ୍ତମାନ କମିଟି କର୍ମକର୍ତା କିଏ ଅଛନ୍ତି ସହରବାସୀ ଜାଣନ୍ତି ନାହିଁ। ଅନ୍ୟପଟେ କେଏସୟୁବି କଲେଜ ପଡିଆରେ ମଧ୍ୟ ରାଜ୍ୟ ଓ ଜାତୀୟ ସ୍ତରର ଖେଳ ହେଲା ଭଳି ଭିତ୍ତିଭୂମି ନାହିଁ। ଭଞ୍ଜନଗର ଅଞ୍ଚଳର ଅନେକ ଫୁଟବଲ, କ୍ରିକେଟ କ୍ରୀଡାବିତ୍‌ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଛନ୍ତି। ଅନ୍ୟାନ୍ୟ କ୍ରୀଡାରେ ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ଭାଗନେଇ ଗୌରବ ଆଣିଛନ୍ତି। ଭଞ୍ଜନଗରରେ ଜାତୀୟ ସ୍ତରର ଖେଳ ପଡିଆ ପାଇଁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉଦ୍ୟମ ଆରମ୍ଭ କରିଛନ୍ତି। ଆଗାମୀ ଦିନରେ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟକୁ ଲାଗି ଏକ ଜାତୀୟ ସ୍ତରର ଖେଳ ପଡିଆ ହେବ। ତେଣୁ ବିଧାୟକ ନାୟକ ଗୁରୁବାର କଲେଜ ପରିଦର୍ଶନରେ ଆସି କ’ଣ ସବୁ ବିକାଶ ହୋଇପାରିବ ସେନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ୧୬ ତାରିଖରେ କଲେଜରେ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଅଛି। ସେଥିରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମ ଯେଭଳି ସଫଳ ହେବ ବିଧାୟକ ସମୀକ୍ଷା କରିଥିଲେ। ବିଧାୟକଙ୍କ ଗସ୍ତ ବେଳେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ ରଥ, ହର ପ୍ରସାଦ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri