ଭଞ୍ଜନଗରରେ ଲୋକ ଅଦାଲତ: ଫଇସଲା ହେଲା ୨୧୪୫ ମାମଲା

ଭଞ୍ଜନଗର,୧୦।୫ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ କୋର୍ଟରେ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଭଞ୍ଜନଗର ଅତିରିକ୍ତ ଜିଲା ବିଚାରପତି ତଥା ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ଶେଖ ମହମ୍ମଦ କଏସ, ବରିଷ୍ଠ ଦେୱାନି ବିଚାରପତି ଦେବାଶିଷ ବିଷୋୟୀ ,ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସୌମ୍ୟ ରଞ୍ଜନ ପୃଷ୍ଟି ,ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଭିଏନା ନାୟକ ଲୋକ ଅଦାଲତରେ ଯୋଗଦେଇ ମାମଲା ଗୁଡିକର ଫଇସଲା କରିଥିଲେ।

ସର୍ବମୋଟ ୨୧୪୫ ମାମଲା ଲୋକ ଅଦାଲତରେ ଫଇସଲା କରାଯାଇଥିଲା। ସେଥିମଧ୍ୟରୁ ମୋଟର ଦୁର୍ଘଟଣା ଜନିତ ୨ ଟି ମାମଲା ଫଇସଲା କରାଯାଇ ୧୬ ଲକ୍ଷ ୫୦ ହଜାର ଟଙ୍କା କ୍ଷତିପୂରଣ ବାବଦକୁ ହିତାଧିକାରୀଙ୍କୁ ଦେବାକୁ ବିଚାରପତି ନିର୍ଦ୍ଧେଶ ଦେଇଛନ୍ତି। ଦୁଇଟି ଚେକ ବାଉନ୍ସ ମାମଲା ଫଇସଲା କରାଯାଇ ୯ ଲକ୍ଷ ୨୦ ହଜାର ଟଙ୍କା ହିତାଧିକାରୀଙ୍କୁ ଫେରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ବ ମାମଲା ୨୦୯୬ ଟି ଫଇସଲା କରାଯାଇଛି । ବ୍ୟାଙ୍କ ସଂପର୍କିତ ୨ ଟି ମାମଲା ଫଇସଲା କରାଯାଇ ୪ ଲକ୍ଷ ୯୧ ହଜାର ୮୬୬ ଟଙ୍କା ଆଦାୟ କରାଯାଇଛି । ଏଥିସହ ବୈବାହିକ ମାମଲା ୩ ଟି ମଧ୍ୟ ଫଇସଲା କରାଯାଇଛି । ଏହିଭଳି ସର୍ବମୋଟ ୨୧୪୫ ଟି ମାମଲା ଫଇସଲା କରାଯାଇଛି । ଲୋକ ଅଦାଲତ ବେଞ୍ଚ ସଦସ୍ୟ କୃତିବାସ ବିଶାଳ, ଓକିଲ ରମେଶ ଚନ୍ଦ୍ର ପଣ୍ଡାଦ୍‌, ତାଲୁକ ଆଇନ ସେବା କମିଟି ସଦସ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ, ବାର୍‌ ଆସୋସିଏଶନ ସଭାପତି ଲକ୍ଷ୍ମୀକାନ୍ତ ମହାପାତ୍ର, ଆଇନଜୀବୀ ବଂଶୀଧର ପ୍ରଧାନ,ସନ୍ତୋଷ କୁମାର ତିଆଡି, ସୁଧିର ରଞ୍ଜନ ମହାପାତ୍ର, ଡଃ. ସୁଶାନ୍ତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ମାମଲା ଗୁଡିକୁ ଫଇସଲ କରିବାରେ ସହଯୋଗ କରିଥିଲେ। କୋର୍ଟ କର୍ମଚାରୀ ଆଦିତ୍ୟ ନାରାୟଣ ରଥ, ସୁନୀଲ ମୁଦୁଲି, ପବିତ୍ର ପ୍ରଧାନ, ପ୍ରଦୀପ କୁମାର ଶତପଥୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri