ଭଞ୍ଜନଗର କୋର୍ଟରେ ଜାତୀୟ ଲୋକ ଅଦାଲତ: ସମସ୍ୟାର ସମାଧାନ ହୋଇ ୧ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଲାଭ

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ୩ୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୬ଟି ମାମଲା ଫଇସଲା ହୋଇଥିଲା।
ଫଳରେ ୧୪୧୯୮୬୫୭ (ଏକ କୋଟି ଏକଚାଳିଶି ଲକ୍ଷ ଅଠାନବେ ହଜାର ଛଅ ଶହ ସତାବନ) ଟଙ୍କାର ସମ୍ପତ୍ତି ପକ୍ଷଗତଙ୍କୁ ଲାଭ ପହଞ୍ଚିଛି। ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ମାମଲା ଯଥା ଆପରାଧିକ ସମ୍ପୃକ୍ତ ସମାଧାନଶୀଳ ମାମଲା, ଚେକ ବାଉନ୍ସ ମାମଲା, ଧନ ଫେରସ୍ତ ମାମଲା, ବିବାହ ଜନିତ ମାମଲା, ସାର୍ବଜନୀନ ସୁବିଧା ସମ୍ପୃକ୍ତ ବିବାଦ (ବିଦ୍ୟୁତ, ପାଣି ବିଲ) ପରି ଅନ୍ୟାନ୍ୟ ସିଭିଲ ମାମଲା ଇତ୍ୟାଦିର ସମାଧାନ କରାଯାଇଥିଲା। ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷ ଏବଂ ଅତିରିକ୍ତ ଜିଲା ଦୌରାଜଜ ଶେଖ ମହମ୍ମଦ କଏସ୍‌ଙ୍କ ନେତୃତ୍ୱରେ ମାମଲାଗୁଡ଼ିକ ହୋଇଥିଲା। ଏହା ସହିତ ସିନିଅର ସିଭିଲ ଜଜ୍‌, ଭଞ୍ଜନଗର ଦେବାଶିଷ ବିଶୋଇ, ଏସ୍‌ଡିଜେଏମ୍‌ ସୌମ୍ୟରଞ୍ଜନ ପୃଷ୍ଟି, ଜେଏମ୍‌ଏଫ୍‌ସି ଭିୟେନା ନାୟକ ମଧ୍ୟ ବିଭିନ୍ନ କେସର ଫଇସଲା କରିଥିଲେ।

ଲୋକ ଅଦାଲତ ବେଞ୍ଚ ସଦସ୍ୟ ଡ଼ା. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ରମେଶ ଚନ୍ଦ୍ର ପଣ୍ଡା, ଭଞ୍ଜନଗର ବାର୍‌ ଆସୋସିଏଶନ ସଭାପତି ଲକ୍ଷ୍ମୀକାନ୍ତ ମହାପାତ୍ର, ଅତିରିକ୍ତ ସରକାରୀ ପ୍ଲିଡର ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଆଇନଜୀବୀ ଅଳକା ମଞ୍ଜରୀ ପଟ୍ଟନାୟକ, ସନ୍ତୋଷ କୁମାର ତିଆଡ଼ି, ସୁଶାନ୍ତ ତ୍ରିପାଠୀ, ପ୍ରଦୀପ ପାଳ, ବଂଶୀଧର ପ୍ରଧାନ, ଅରୁଣ କୁମାର ପାଢ଼ୀ, ଦେବୀ ତ୍ରିପାଠୀ, କୁନା ନାୟକ, ପ୍ରଭାକର ପାତ୍ର, ବଟକୃଷ୍ଣ ପଣ୍ଡା ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri