କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ

କେସିଙ୍ଗା,୧୦ା୫ (ତୁମେଶ୍ବର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ତାଲୁକ ଆଇନସେବା ସମିତି ତରଫରୁ ଶନିବାର ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ପ୍ରଥମଶ୍ରେଣୀ ବିଚାରବିଭାଗୀୟ ବିଚାରପତି ତଥା ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷା ଦୀପ୍ତା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଲୋକ ଅଦାଲତରେ ୩୮ଟି ପ୍ରାକ୍‌ ବ୍ୟାଙ୍କ ଋଣଜନିତ ମାମଲାରେ ମୋଟ ୨୦ ଲକ୍ଷ ୨୨ ହଜାର ୭୮୨ ଟଙ୍କା ଋଣ ଆଦାୟ ହୋଇଥିଲା। ସେହିପରି ଗୋଟିଏ ଚେକ୍‌ ବାଉନ୍ସ ମାମଲାର ବିଚାରକରି ୫୧ ହଜାର ଟଙ୍କା ଆଦାୟ କରାଯାଇଥିଲା। ସେହିପରି ତହସିଲ କାର୍ଯ୍ୟାଳୟରେ ଅନୁଷ୍ଠିତ ଲୋକ ଅଦାଲତରେ ୧୦୨ଟି ରାଜସ୍ବ ମାମଲାର ବିଚାର କରାଯାଇ ୮୨ ହଜାର ୯୧୭ ଟଙ୍କା ଆଦାୟ ହୋଇଥିଲା। ଏହି ଲୋକ ଅଦାଲତରେ ଓକିଲ ସଂଘ ସଭାପତି ଚିତ୍ତରଞ୍ଜନ ଭୋଇ, ସରକାରୀ ଓକିଲ ପ୍ରକାଶ କୁମାର ଦାସ, ବରିଷ୍ଠ ଆଇନଜୀବୀ ସୌମ୍ୟରଞ୍ଜନ ମିଶ୍ର, ସନ୍ତୋଷ କୁମାର ଦାସ, ସନ୍ଦୀପ ବାନାର୍ଜୀ, ହରିପ୍ରସାଦ ତାଣ୍ଡି, ପ୍ରଭାକର ତାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri