ରାଷ୍ଟ୍ରୀୟ ଲୋକ ଅଦାଲତ: ୩ ଲକ୍ଷ ୯୭ ହଜାର ୭୫୦ ଟଙ୍କା ଆଦାୟ

ଦିଗପହଣ୍ଡି,୧୩ା୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଜୁଡ଼ିସିଆଲ କମ୍ପ୍ଲେକ୍ସରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ସିଭିଲ ଜଜ୍‌ ସିନିୟର ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ୩ଟି ଦେୱାନି ମାମଲାର ଚୂଡାନ୍ତ ଫୈସଲା କରିଥିବା ବେଳେ ସ୍ଥାନୀୟ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ୨୦ଟି ଫୌଜଦାରୀ ଏବଂ ଗୋଟିଏ ଦେୱାନୀ ମାମଲାର ଚୂଡ଼ାନ୍ତ ଫୈସଲା କରିଥିବା ଜଣାପଡ଼ିଛି। ସେହିପରି ବିଭିନ୍ନ ବ୍ୟାଙ୍କର ଶାଖା ପରିଚାଳକଙ୍କ ଉପସ୍ଥିତିରେ ଋଣ ବାବଦରେ ୩ ଲକ୍ଷ ୯୭ ହଜାର ୭୫୦ ଟଙ୍କା ଆଦାୟ କରାଯାଇଥିବା ଜଣାପଡ଼ିଛି। ବିଦ୍ୟୁତ୍‌ ବିଭାଗ ଟିପିଏସଓଡିଏଲ ପକ୍ଷରୁ ଆଗତ ୫୦ଟି ମାମଲାରେ ୫ ଲକ୍ଷ ୫୦ ହଜାର ୨୫୦ ଟଙ୍କା ଆଦାୟ କରାଯାଇଥିବା ଜଣାପଡିଛି। କୋର୍ଟ କର୍ମଚାରୀ ପ୍ରଦୀପ ପୁରୋହିତଙ୍କ ସଂଯୋଜନାରେ ଆୟୋଜିତ ଲୋକ ଅଦାଲତରେ ବହୁ ସଂଖ୍ୟକ ଆଇନଜୀବୀ ଏବଂ ବରିଷ୍ଠ କର୍ମଚାରୀ ଶିବରାମ ସାହୁ, ସସ୍ମିତା ମହାରଣା, ଅଞ୍ଜଳି ମହାରଣା, ଅଶ୍ୱିନୀ କୁମାର ପଟ୍ଟନାୟକ, ସଂଗ୍ରାମ କେଶରୀ ପଣ୍ଡା, ପ୍ରଦୀପ କୁମାର ଶତପଥି, ପୁଲହମ୍‌ ହେମ୍ରମ, ରୁଦ୍ର ପ୍ରତାପ ତାଣ୍ଡି, ପପୁନ ମହାରଣା, କାଳିଆ ନାୟକ, ନିରଞ୍ଜନ ଶବର, କେ. ନୋକିଆ, ବିକ୍ରମ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri