ବରଗଡ଼ରେ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନସେବା ଯୋଗାଇଦେବା ଲକ୍ଷ୍ୟରେ ଆସନ୍ତା ମେ’ ୧୦ ତାରିଖରେ ବରଗଡ଼ ଜିଲାରେ ଅନୁଷ୍ଠିତ ହେବାକୁ ଯାଉଛି ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ। ଏହା ବରଗଡ଼ କୋର୍ଟ ସମେତ ପଦ୍ମପୁର, ସୋହେଲା, ବରପାଲି, ଭେଡେନ, ଅତାବିରା ଓ ବିଜେପୁର କୋର୍ଟ ପରିସରରେ ଅନୁଷ୍ଠିତ ହେବ ବୋଲି ଜିଲା ଆଇନ ସେବା ପ୍ରାଧିକରଣର ସଚିବ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ଲୋକ ଅଦାଲତରେ ଅସହାୟ ଗରିବ ଲୋକଙ୍କ ମୋକଦ୍ଦମାର ନ୍ୟାୟ ବିନା ମୂଲ୍ୟରେ ପ୍ରଦାନ କରାଯିବ । ଅଧିକରୁ ଅଧିକ ଲୋକ ସେମାନଙ୍କର ମୋକଦ୍ଦମାକୁ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପଞ୍ଜୀକରଣ କରାଇ ଏହାର ସୁବିଧା ନେବାକୁ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅନୁରୋଧ କରିଛନ୍ତି । ସେହିଦିନ ସକାଳ ୭ ଘଟିକାରୁ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ବରଗଡ଼ ଜିଲାର ବିଭିନ୍ନ କୋର୍ଟ ପରିସରରେ ଆରମ୍ଭ ହେବ । ଏହି ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧିନ ମକଦ୍ଦମା ଯଥା ଦେୱାନୀ ଓ ଫୈାଜଦାରି (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ ସମସ୍ୟା, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ, ଚାକିରି ସମ୍ବନ୍ଧୀୟ, ଅବସରକାଳୀନ ପ୍ରାପ୍ୟ ମାମଲା ଓ ରାଜସ୍ବ ମାମଲାର ଆପୋସ ସହମତିରେ ସମାଧାନ କରାଯିବ ବୋଲି ସୂଚନା ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri