ବରଗଡ଼ରେ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନସେବା ଯୋଗାଇଦେବା ଲକ୍ଷ୍ୟରେ ଆସନ୍ତା ମେ’ ୧୦ ତାରିଖରେ ବରଗଡ଼ ଜିଲାରେ ଅନୁଷ୍ଠିତ ହେବାକୁ ଯାଉଛି ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ। ଏହା ବରଗଡ଼ କୋର୍ଟ ସମେତ ପଦ୍ମପୁର, ସୋହେଲା, ବରପାଲି, ଭେଡେନ, ଅତାବିରା ଓ ବିଜେପୁର କୋର୍ଟ ପରିସରରେ ଅନୁଷ୍ଠିତ ହେବ ବୋଲି ଜିଲା ଆଇନ ସେବା ପ୍ରାଧିକରଣର ସଚିବ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ଲୋକ ଅଦାଲତରେ ଅସହାୟ ଗରିବ ଲୋକଙ୍କ ମୋକଦ୍ଦମାର ନ୍ୟାୟ ବିନା ମୂଲ୍ୟରେ ପ୍ରଦାନ କରାଯିବ । ଅଧିକରୁ ଅଧିକ ଲୋକ ସେମାନଙ୍କର ମୋକଦ୍ଦମାକୁ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପଞ୍ଜୀକରଣ କରାଇ ଏହାର ସୁବିଧା ନେବାକୁ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅନୁରୋଧ କରିଛନ୍ତି । ସେହିଦିନ ସକାଳ ୭ ଘଟିକାରୁ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ବରଗଡ଼ ଜିଲାର ବିଭିନ୍ନ କୋର୍ଟ ପରିସରରେ ଆରମ୍ଭ ହେବ । ଏହି ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧିନ ମକଦ୍ଦମା ଯଥା ଦେୱାନୀ ଓ ଫୈାଜଦାରି (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ ସମସ୍ୟା, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ, ଚାକିରି ସମ୍ବନ୍ଧୀୟ, ଅବସରକାଳୀନ ପ୍ରାପ୍ୟ ମାମଲା ଓ ରାଜସ୍ବ ମାମଲାର ଆପୋସ ସହମତିରେ ସମାଧାନ କରାଯିବ ବୋଲି ସୂଚନା ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?