Posted inଖେଳ

ଜାତୀୟ ମାଷ୍ଟର ଗେମ୍ସ: କଳାହାଣ୍ଡି ଖେଳାଳିଙ୍କ କମାଲ, ଜିତିଲେ ୬ ସ୍ବର୍ଣ୍ଣ,୩ ରୌପ୍ୟ ପଦକ

ଭବାନୀପାଟଣା,୯।୩(ଉତ୍ତମ କୁମାର ଦାଶ): ମାଷ୍ଟର ଗେମ୍ସ ଫେଡେରେଶନ ଇଣ୍ଡିଆ ପକ୍ଷରୁ ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡିୟମଠାରେ ଗତ ୬ରୁ ୯ ତାରିଖ ଯାଏ ୭ମ ଜାତୀୟ ମାଷ୍ଟର ଗେମ୍ସ ୨୦୨୪-୨୫ ଅନୁଷ୍ଠତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ଜଣ ବରିଷ୍ଠ ଖେଳାଳି ଅଂଶଗ୍ରହଣ କରି କମାଲ ଦେଖାଇଛନ୍ତି। ସେମାନେ ୬ଟି ସ୍ବର୍ଣ୍ଣ ଓ ୩ଟି ରୌପ୍ୟ ପଦକ ବିଜେତା ହୋଇଛନ୍ତି। ମାଷ୍ଟର ଖେଳାଳି ଦୁର୍ଗାଚରଣ ମିଶ୍ର ଶଟଫୁଟ, ଡିସ୍‌କସ ଥ୍ରୋ ଓ ହେମର ଥ୍ରୋରେ ସ୍ବର୍ଣ୍ଣ ପଦକ ବିଜେତା ହୋଇଛନ୍ତି। ସେହିପରି ଟି.ରାମକୃଷ୍ଣ ୫ କିମି ୱାକ, ୮୦୦ ମିଟର ଦୌଡ ଓ ୪୦୦ ମିଟର ଦୌଡରେ ସ୍ବର୍ଣ୍ଣ ପଦକ ବିଜେତା ହୋଇଛନ୍ତି। ସହରର ମାଷ୍ଟର ଖେଳାଳି ଭବାନୀ ଶଙ୍କର ପଣ୍ଡା ୫ କିମି ୱାକ, ଲମ୍ବଡିଆଁ ଓ ଉଚ୍ଚ ଡିଆଁରେ ରୌପ୍ୟ ପଦକ ବିଜେତା ହୋଇଛନ୍ତି। ଜାତୀୟ ମାଷ୍ଟର ଗେମ୍ସରେ ପଦକ ବିଜେତା କଳାହାଣ୍ଡିର ଏହି ତିନି ଜଣ ମାଷ୍ଟର ଖେଳାଳିଙ୍କୁ ଲୋକ ସଭା ଏମ୍‌ପି ମାଳବିକା ଦେବୀ, ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଷୀ, ବରିଷ୍ଠ ନାଗରିକ ସଂଘ କଳାହାଣ୍ଡିର ସଭାପତି ଗଜେନ୍ଦ୍ର ପ୍ରସାଦ ପାଢ଼ୀ, କାର୍ଯ୍ୟକାରୀ ସଭାପତି ମଳୟ କୁମାର ମୁଣ୍ଡ ଓ ସୁରେଶ ଚନ୍ଦ୍ର ପଟ୍ଟନାୟକ, ବ୍ରାହ୍ମଣ ସମାଜ କଳାହାଣ୍ଡିର ସଭାପତି ଜଗନ୍ନାଥ ମୁଣ୍ଡ, ସାଧାରଣ ସମ୍ପାଦକ ସତ୍ୟ ନାରାୟଣ ମହାପାତ୍ର, ଓଡ଼ିଶା ଆଥେଲେଟିକ ଆସୋସିଏଶନ ସଭାପତି ତଥା କଳାହାଣ୍ଡି ଜିଲା କ୍ରୀଡ଼ା ସଂସ୍ଥାର ସାଧାରଣ ସମ୍ପାଦକ ଜଗ ମୋହନ ପଟ୍ଟନାୟକ, ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ସଭାପତି ଶରତ ଚନ୍ଦ୍ର ନାୟକ, ସମ୍ପାଦକ ରାଜେନ୍ଦ୍ର ସାହୁ ସମେତ ବହୁ କ୍ରୀଡ଼ାପ୍ରେମୀ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri