Posted inଖେଳ

ଜାତୀୟ ନଗେଶ ଟ୍ରଫି ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)-ବେଙ୍ଗାଲୁରୁଠାରେ ଚାଲିଥିବା ୩ୟ ନଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଦଳ ୧୨୨ ରନ୍‌ରେ ପଶ୍ଚିମବଙ୍ଗକୁ ପରାସ୍ତ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ୨୦ ଓଭରରେ ୫ ଉଇକେଟ ହରାଇ ୨୪୨ ରନ କରିଥିଲା। ପଙ୍କଜ ଭୁଏ ୫୫ ବଲ୍‌ରୁ ୯୬, ଲାଲ ପ୍ରସାଦ ସୋରେନ ୪୬ ବଲ୍‌ରୁ ୬୭, ଅଧିନାୟକ ଜାଫର ଇକବାଲ ୧୬ ବଲ୍‌ରୁ ୨୮ ଓ ସୁଖରାମ ମାଝି ୧୧ ବଲ୍‌ରୁ ୨୩ ରନ କରିଥିଲେ। ଜବାବରେ ବେଙ୍ଗଲ ୨୦ ଓଭରରେ ୫ ଉଇକେଟ ହରାଇ ୧୨୦ ରନ କରିବାକୁ ସକ୍ଷମ ହୋଇଥିଲା। ଓଡ଼ିଶା ବୋଲରଙ୍କ ମଧ୍ୟରେ ସୁଖରାମ ଓ କାଳିଆ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ପଙ୍କଜ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ବୁଧବାର ଓଡ଼ିଶା ଏହାର ପରବର୍ତ୍ତୀ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଆନ୍ଧ୍ରପ୍ରଦେଶକୁ ଭେଟିବ। ପ୍ରକାଶଯୋଗ୍ୟ ଯେ, ଓଡ଼ିଶା ଏହାର ପ୍ରଥମ ମ୍ୟାଚରେ ମଧ୍ୟପ୍ରଦେଶକୁ ୧୩୯ ରନରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri