Posted inଜାତୀୟ

ଜନତାଙ୍କ ସ୍ବର ଚାପି ଦିଆଯାଉଛି: ରାହୁଲ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ୧୨ ନିଲମ୍ବିତ ଏମ୍‌ପିମାନଙ୍କ ସହ ମଙ୍ଗଳବାର ସଂସଦ ପରିସରରେ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ବିରୋଧ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ସେ ଗଣମାଧ୍ୟମକୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ, ବିରୋଧୀ ଯେଉଁଠାରେ ବି ସ୍ବର ଉତ୍ତୋଳନ କରିବେ, ସେଠାରେ ଏମ୍‌ପିମାନେ ନିଲମ୍ବିତ ହେବେ। ଯେଉଁ ପ୍ରସଙ୍ଗରେ ଆମେ ବିତର୍କ କରିବାକୁ ଚାହୁଁଛୁ ତାହା ଆମକୁ ଅନୁମତିପ୍ରାପ୍ତ ନୁହେଁ। ତିନୋଟି କିମ୍ବା ଚାରୋଟି ପ୍ରସଙ୍ଗ ଅଛି, ଯାହାର ନାଁ ମଧ୍ୟ ଧରାଯାଉ ନାହିଁ। ୧୩ ଦିନ ଧରି ପ୍ରଧାନମନ୍ତ୍ରୀ ଗୃହକୁ ଆସିନାହାଁନ୍ତି। ଗଣତନ୍ତ୍ର ଚଳାଇବା ପାଇଁ ଏହା ଏକ ଉପାୟ ନୁହେଁ। ଆମେ ଏଠାରେ ପ୍ରଦର୍ଶନ କରୁଛୁ, ଏହା ଗଣତନ୍ତ୍ରର ପ୍ରତୀକ। ନିଲମ୍ବିତ ଏମ୍‌ପିଙ୍କ ସ୍ବରକୁ ଚାପି ଦିଆଯାଇଥିଲା ଏବଂ ସେମାନେ ଏହାକୁ ବିରୋଧ କରି ସଂସଦ ବାହାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସଂସଦରେ ଜାତୀୟ ସ୍ବାର୍ଥ ପ୍ରସଙ୍ଗରେ ଆମକୁ ସ୍ବର ଉତ୍ତୋଳନ କରିବାକୁ ଦିଆଯାଉ ନାହିଁ। ଉତ୍ତେଜନା ମଧ୍ୟରେ ସଂସଦରେ ଲଗାତାର ବିଲ ପାରିତ ହେଉଛି। ଗଣତନ୍ତ୍ର ଚଳାଇବା ପାଇଁ ଏହା ଏକ ପ୍ରକ୍ରିୟା ନୁହେଁ।ୟାଗଣତନ୍ତ୍ରର ଏହା ଏକ ଦୁର୍ଭାଗ୍ୟଜନକ ହତ୍ୟା ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ,ନଭେମ୍ବର ୨୦ରୁ ଆରମ୍ଭ ହୋଇଥିବା ସଂସଦର ଶୀତ ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ସମେତ ବିରୋଧୀ ଦଳର ୧୨ ଜଣ ସଦସ୍ୟଙ୍କୁ କୌସୁମୀରେ ‘ଅଶୋଭନୀୟ ଆଚରଣ’ ପାଇଁ ଅଧିବେଶନର ଅବଶିଷ୍ଟ ସମୟ ପାଇଁ ରାଜ୍ୟ ସଭାରେ ନିଲମ୍ବିତ କରାଯାଇଥିଲା। ଅଧିବେଶନ ନିଲମ୍ବନ ପରଠାରୁ ଏହି ଏମ୍‌ପିମାନେ ସଂସଦ ଚାଲିଥିବା ସମୟରେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସଂସଦ ପରିସରରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri