ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ବିଡ଼ିଓ ଅନାମିକା ପାଣ୍ଡେ , ବ୍ଳକ ଅଧ୍ୟକ୍ଷା ଯମୁନା ନାୟକ , ଅତିରିକ୍ତ ବିଡ଼ିଓ ଉମେଶ  ସେଠୀ , ବ୍ଳକ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଅଶୋକ ଶତପଥୀ , ଜିପିଇଓ ରୋଜାଲିନ ଦଳାଇ , ବରିଷ୍ଠ କିରାଣୀ ଭି . କାମେୟା , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ , ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରାୟ , ଗ୍ରାମ୍ୟ ପାନୀୟଜଳ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭୀମା ରାଓ , ବ୍ରହ୍ମପୁର ଏମ.ପି ଙ୍କ ବ୍ଳକ ପ୍ରତିନିଧି କେ . ହରିବନ୍ଧୁ ରେଡ୍ଡୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ  ପଞ୍ଚାୟତ ସ୍ତରରେ ବିଭିନ୍ନ ଜନକଲ୍ୟାଣ ମୂଳକ ସରକାରୀ ଯୋଜନା ଗୁଡ଼ିକର ସଫଳ ରୂପାୟନ ସମ୍ପର୍କରେ ସବିଶେଷ  ଆଲୋଚନା କରାଯାଇଥିଲା। ବ୍ଳକ ଅନ୍ତର୍ଗତ କରପଡା , ଗୋକର୍ଣ୍ଣପୁର , ବିଜୟଲକ୍ଷ୍ମୀ ନାରାୟଣପୁର , ବଡଡୁମୁଳା , ଗୈାଡ ଗାଁ , ଚୌଧୁରୀ ଟିକରପଡା , ଆଙ୍କୋରଡା , ବମକୋଇ , ଖମାରୀ ଗାଁ , ସିଦ୍ଧେଶ୍ୱର ପ୍ରମୁଖ ୧୦ ଟି ପଞ୍ଚାୟତ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପ ନିର୍ମାଣ କ୍ଷେତ୍ରରେ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ଯ କରିଥିବା ଯୋଗୁଁ  ସରପଞ୍ଚ ମାନଙ୍କୁ ପୁରସ୍କୃତ  କରାଯାଇଥିଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ଅନ୍ତଦୋୟ ଗୃହ ଯୋଜନାରେ ବହୁ ସଂଖ୍ୟକ ହିତାଧିକାରୀଙ୍କୁ ଗୃହ ନିର୍ମାଣ ସକାଶେ ସହାୟତା ରାଶି ଚେକ୍ ବଣ୍ଟନ କରାଯାଇଥିଲା । ପରିଶେଷରେ ବିଦ୍ୟାଳୟ ଛାତ୍ରୀଛାତ୍ର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ସେମାନଙ୍କୁ ସମ୍ମାନିତ କରାଯାଇଥିଲା ।  ବ୍ଳକ କାର୍ଯ୍ୟାଳୟର  ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ । ବଡ଼ଡୁମ୍ବୁଳା ପଞ୍ଚାୟତ ସରପଞ୍ଚ ଙ୍କୁ ସମ୍ମାନିତ  କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri