ଜାତୀୟ ପଞ୍ଚାୟତିରାଜ ଦିବସ: ସମ୍ବର୍ଦ୍ଧିତ ହେଲେ ଏହି ୫ ପଞ୍ଚାୟତ

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଗୁରୁବାର ପାଟଣା ବ୍ଲକ ପରିସରରେ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ପଞ୍ଚାୟତିରାଜ ବ୍ୟବସ୍ଥାରେ ସମସ୍ତେ ାମିଲ ହେବା ସହ ସରକାରଙ୍କ ଯୋଜନାଗୁଡ଼ିକରୁ ଲୋକଙ୍କୁ କିଭଳି ସୁଫଳ ମିଳିବ ସେ ନେଇ ସମସ୍ତେ ପିଆରଆଇ ମେମ୍ବର, ଅଫିସର ଓ ଲୋକମାନଙ୍କ ମଧ୍ୟରେ ସମନ୍ବୟ ରହିବା ଦରକାର। ଲୋକଙ୍କ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପଞ୍ଚାୟତିରାଜ ପ୍ରୋଟାଲ, ପିପିଏମ୍‌ ଏସ ପୋର୍ଟାଲ ସହ ଲକ୍ଷ ହିତାଧିକାରୀ ନୂତନ ରେଶନକାର୍ଡ ବିତରଣ,ଓ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖା ଷ୍ଟାଡିୟମ୍‌ର ଭିତ୍ତି ସ୍ଥାପନ କରିଛନ୍ତି। ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ପାଟଣା ବିଧାୟକଙ୍କ ବ୍ଲକ ପ୍ରତିନିଧି କମଳା କାନ୍ତ ଦାଶ, କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶୁଭେନ୍ଦୁ ସାଗର ନାଏକ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥସାରଥୀ ସଂଯୋଜନା କରିଥିଲେ। ସହକାରୀ ଯନ୍ତ୍ରୀ ସିଦ୍ଧ ମାଝୀ, ଜିପିଡିଓ ରଶ୍ମୀରଖା ମହାନ୍ତି, ଏପିଓ ଦୀପକ କୁମାର ବେହେରା, ଯନ୍ତ୍ରୀ ଅଜୟ ଝା, ଲାକାଇ ମୁର୍ମୁ, ସାମାଜିକ ସୁରକ୍ଷା ଅଧିକାରୀ ଅଭୟ କୁମାର ଦେହୁରୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକର ୨୦ଜଣ ନୂତନ ରାଶନକାର୍ଡ ଧାରୀଙ୍କୁ କାର୍ଡ ବଣ୍ଟନ ସହ ୫ ପଞ୍ଚାୟତ ମନରେଗା ପାଇଁ ଏରେଣ୍ଡେଇ, ଗ୍ରାମୀଣ ଆବାସ ପାଇଁ ମୀରି ଖୋଜି, ସିଏଫ୍‌ସି ପାଇଁ ବୁଢ଼ୀ କାପୁଡ଼ି, ଏସ୍‌ଏଫ୍‌ସି ପାଇଁ ତୁରୁମୁଙ୍ଗା, ସ୍ବଚ୍ଛ ଭାରତ ପାଇଁ ମୁରୁଁସୁଆଁକୁ ମାନପତ୍ର ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri