ଜାତୀୟ ପଞ୍ଚାୟତିରାଜ ଦିବସ: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଭିନ୍ନ ଯୋଜନା ଘୋଷଣା

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ବ୍ଲକ ସ୍ତରରେ ପାଳିତ ହୋଇଛି ଜାତୀୟ ପଞ୍ଚାୟତିରାଜ ଦିବସ। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦାରିଙ୍ଗବାଡ଼ି ବ୍ଲକ ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।

ପ୍ରକାଶ ଯେ, ପୁରୀଠାରୁ ସିଧା ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗୀୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକବର୍ଦ୍ଧନ ସିଂଦେଓ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ପ୍ରଥମେ କଶ୍ମୀରର ପହଲାଗାମରେ ସନ୍ତ୍ରାସବାଦୀଙ୍କ ଗୁଳିରେ ଜୀବନ ହାରିଥିବା ରାଜ୍ୟର ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ସମେତ ଅନ୍ୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିଲା ଏହି ଅବସରରେ ଶୋକ ପାଳନ କରାଯିବା ସହ ସେମାନଙ୍କ ପାଇଁ ଗୋଟିଏ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା।

ପ୍ରକାଶ ଯେ, ରାଜ୍ୟ ସରକାରଙ୍କ ୫ଟି ବିଭାଗର୬ ଟି ପ୍ରସ୍ତାବକୁ ଘୋଷଣା କରାଯାଇଥିଲା। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସମେତ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଶିଶୁ ଓ ମହିଳା ବିକାଶ ବିଭାଗ, ଯୁବ ବ୍ୟାପାର ଓ କ୍ରୀଡ଼ା ବିଭାଗ ଆଦିର ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ କୁହାଯିବା ସହ ବିଭିନ୍ନ ଯୋଜନାର ଘୋଷଣା କରାଯାଇଥିଲା। ଏହି ଅବସରରେ ପଞ୍ଚାୟତ ବିଭାଗକୁ ସୁଦୃଢ଼ କରିବା ପାଇଁ କୁହାଯାଇଥିଲା। ସେହିପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହିତାଧିକାରୀଙ୍କୁ ନୂତନ ରାଶନକାର୍ଡର ଶୁଭାରମ୍ଭ ସହ ବଣ୍ଟନ କରାଯାଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା, ବ୍ଲକ ସ୍ତରୀୟ ଷ୍ଟାଡିୟମର ଭିତ୍ତି ପ୍ରସ୍ତରର ସ୍ଥାପନ, ଇ-ପଞ୍ଚାୟତ ପୋର୍ଟାଲର ବ୍ୟବସ୍ଥା, ପିପିଏଏସ ପୋର୍ଟାଲର ବ୍ୟବସ୍ଥା,ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ ସହ ପୋର୍ଟାଲ ଓ ମୋବାଇଲ ଆପ୍‌ର ଶୁଭାରମ୍ଭ, ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ଅନୁଦାନ ପ୍ରଦାନ ଆଦିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା ଓ ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri