ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ତାଲୁକ ଆଇନ ସେବା ସମିତି ଚେୟାରମ୍ୟାନ ଶେଖ୍‌ ମହମ୍ମଦ କଏସଙ୍କ ନେତୃତ୍ୱରେ ଏହି ଲୋକଅଦାଲତ ଅନୁଷ୍ଠିତ ହୋଇଥିଲା। ଲୋକ ଅଦାଲତରେ ୪୧୯ଟି ମାମଲା ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୧୯୮ଟି ମାମଲାର ସମାଧାନ ହୋଇଥିଲା। ସମାଧାନ ହୋଇଥିବା ମାମଲାଗୁଡ଼ିକ ମାଧ୍ୟମରେ ୩୭,୮୦,୯୧୫/- ଟଙ୍କା ଆଦାୟ ହୋଇଥିଲା। ସମାଧାନ ହୋଇଥିବା ମାମଲାଗୁଡ଼ିକ ମଧ୍ୟରେ ବ୍ୟାଙ୍କ ଋଣ ପୁନରୁଦ୍ଧାର ମାମଲାରୁ ୪,୫୫,୦୧୫/- ଓ ମୋଟର ଦୁର୍ଘଟଣା ଦାବି (MACT) ମାମଲାରୁ ୩୧, ୮୦,୦୦୦/- ଟଙ୍କା ଆଦାୟ ହୋଇଥିଲା। ଏହା ସହିତ ମୋଟର ଯାନ ଆଇନ ଅନୁସାରେ ଟ୍ରାଫିକ ଚାଲାଣ ମାମଲାରୁ ୧,୪୫,୯୦୦/- ଟଙ୍କା ଆଦାୟ ହୋଇଥିଲା। ବ୍ୟାଙ୍କ ରିକଭରି କେସ୍‌ ୪ ଟି, ମୋଟର ଦୁର୍ଘଟଣା ଜନିତ କେସ୍‌ ୪ ଟି, ଟ୍ରାଫିକ ଚାଲଣ କେସ୍‌ ୩୮ଟି, ବୈବାହିକ ବିବାଦ କେସ୍‌ ୧, ସିଭିଲ କେସ୍‌ ୩ ଟି, ଅନ୍ୟାନ୍ୟ କ୍ରିମିନାଲ କେସ୍‌ ୧୫୧ଟି ସମାଧାନ କରାଯାଇଥିଲା। ଲୋକ ଅଦାଲତରେ ସିନିୟର ସିଭିଲ ଜଜ୍‌ ଦେବାଶିଷ ବିଶୋୟୀ, ଏସ୍‌ଡିଜେଏମ୍‌ ସୌମ୍ୟରଞ୍ଜନ ପୃଷ୍ଟି, ଜେଏମ୍‌ଏଫ୍‌ସି ଭିୟେନା ନାୟକ, ଲୋକ ଅଦାଲତ ବେଞ୍ଚ ସଦସ୍ୟ ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଆଇନଜୀବୀ ରମେଶ ପଣ୍ଡା, ଆଇନସେବା ସଭ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ, ଭଞ୍ଜନଗର ବାର୍‌ ଆସୋସିଏଶନ ସଭାପତି ସନ୍ତୋଷ କୁମାର ନାୟକ ଏବଂ ମାମଲାର ପକ୍ଷକାରମାନେ ଯୋଗଦେଇଥିଲେ।

ଆଇନୀଜୀବୀ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ସନ୍ତୋଷ ତିଆଡ଼ି, ଜ୍ଞାନେନ୍ଦ୍ର ନାୟକ, ସୁଧୀର ରଞ୍ଜନ ମହାପାତ୍ର, ଦେବୀ ପ୍ରସାଦ ତ୍ରିପାଠୀ, ଲକ୍ଷ୍ମୀକାନ୍ତ ମହାପାତ୍ର, ସୁଧୀର ଦାସ, ମନୋଜ ପଟ୍ଟନାୟକ, ଅନିତା ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ଲୋକ ଅଦାଲତ ମାଧ୍ୟମରେ ଦୀର୍ଘଦିନ ଧରି ଅପେକ୍ଷାରତ ମାମଲାଗୁଡ଼ିକର ଶୀଘ୍ର, ସହଜ ଓ ଅଳ୍ପ ଖର୍ଚ୍ଚରେ ସମାଧାନ ହେବା ସହିତ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରାଯାଇଥିବାରୁ ସାଧାରଣ ଲୋକମାନେ ଖୁସି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri