ମାୟାଧର ସ୍ବାଇଁଙ୍କୁ ଜାତୀୟ ଜନପ୍ରିୟ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଘୋଷଣା କରିଛି। ଆସନ୍ତା ଫେବୃଆରୀ ୨୮ତାରିଖରେ ଜାତୀୟ ବିଜ୍ଞାନ ଦିବସ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଇଂ ସ୍ବାଇଁ ୭୦ଟି ଜନପ୍ରିୟ ବିଜ୍ଞାନ ପୁସ୍ତକ ରଚନା କରିଛନ୍ତି। ଧରିତ୍ରୀର ବିଜ୍ଞାନ ପୃଷ୍ଠା ଓ ସମ୍ପାଦକୀୟ ପୃଷ୍ଠାରେ ତାଙ୍କ ଲେଖା ନିୟନ୍ତ୍ରିତ ପ୍ରକାଶ ପାଇ ଆସୁଛି। ଅନେକ ପତ୍ରିକାରେ ମଧ୍ୟ ତାଙ୍କ ଲେଖା ପ୍ରକାଶ ପାଉଛି। ଜନପ୍ରିୟ ବିଜ୍ଞାନ ରଚନା ପାଇଁ ସେ ଓଡ଼ିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ପ୍ରଚାର ସମିତି, ଉତ୍କଳ ସାହିତ୍ୟ ସମାଜ, ଓଡ଼ିଶା ପରିବେଶ ସମିତି ଏବଂ ଆହୁରି ଅନେକ ସଂସ୍ଥା ଦ୍ୱାରା ସମ୍ମାନିତ ହୋଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶା ବିଜ୍ଞାନ ଏକାଡେମୀ ଦ୍ୱାରା ପ୍ରକାଶିତ ମାସିକ ଇଂରାଜୀ ପତ୍ରିକା ସାଇନ୍ସ୍‌ ହୋରିଜନ୍‌ର ସମ୍ପାଦକ ଅଛନ୍ତି। ସେ ହେଉଛନ୍ତି କଟକ ଜିଲାର ନରସିଂହପୁର ବ୍ଲକ୍‌ ଅନ୍ତର୍ଗତ ବାସେଳିହାଟ ଗ୍ରାମର ଫକିର ସ୍ବାଇଁ ଓ ବଣିଜ ଦେବୀଙ୍କର ପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri