ଦିଗପହଣ୍ଡିରେ ଜାତୀୟ ପ୍ରେସ୍ ଦିବସ ପାଳିତ

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହରେ ରବିବାର ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି ଖବରଦାତା ସଂଘ ସଭାପତି ଅଶେଷ ନାଥ ମିଶ୍ରଙ୍କ ସଭାପତିତ୍ୱରେ ଏହି ଅବସରରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା।

‘ସାମ୍ପ୍ରତିକ ସ୍ଥିତିରେ ଗ୍ରାମାଞ୍ଚଳର ସାମ୍ବାଦିକତା’ ଶୀର୍ଷକରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବରିଷ୍ଠ ଖବରଦାତା ତଥା ଗବେଷକ ଡ. ଅନନ୍ତରାମ କର କୌଣ୍ଡନ୍ୟ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।

ଆଇନଜୀବୀ ତଥା ପତ୍ରିକା ସମ୍ପାଦକ କୁରେଶୁ ପଣ୍ଡା ଏବଂ ସଂଘ ସମ୍ପାଦକ ଗୋପାଳକୃଷ୍ଣ ମଲ୍ଲିକ ସମ୍ମାନିତ ବକ୍ତା ଭାବେ ମଞ୍ଚାସୀନ ଥିଲେ। ଆଇନଜୀବୀ ତଥା ସଂଘ କାର୍ଯ୍ୟକର୍ତ୍ତା ହରପ୍ରସାଦ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଅତିଥି ଓ ବକ୍ତାମାନେ ‘ସାମ୍ପ୍ରତିକ ସ୍ଥିତିରେ ଗ୍ରାମାଞ୍ଚଳର ସାମ୍ବାଦିକତା’ ଉପରେ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ। ସଂଘ ପକ୍ଷରୁ ସମସ୍ତ ଅତିଥି, ବକ୍ତା ଏବଂ ବ୍ଲକ୍ ଖବରଦାତାମାନଙ୍କୁ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ଖବରଦାତା ବିଜୟ କୁମାର ପ୍ରଧାନ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri