Posted inଫୁରସତ

ଜାଣନ୍ତୁ କାହିଁକି ପାଳନ କରାଯାଏ ଜାତୀୟ ପ୍ରେସ ଦିବସ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।

ଯଦିଓ ସମଗ୍ର ବିଶ୍ୱରେ ଅନେକ ପ୍ରେସ ଏବଂ ମିଡିଆ କାଉନସିଲ ଅଛି, ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି।

ବାସ୍ତବରେ, ପ୍ରଥମ ପ୍ରେସ୍‌ କମିଶନ ଭାରତରେ ଖବରଦାତାଙ୍କ ସ୍ବାଧୀନତାକୁ ସୁରକ୍ଷା ଦେବା ଏବଂ ସାମ୍ବାଦିକତାରେ ଉଚ୍ଚ ମାନର ଲକ୍ଷ୍ୟ ରଖି ଏକ ପ୍ରେସ କାଉନସିଲ ଗଠନ କରିଥିଲେ। ଏହାର ଫଳ ସ୍ବରୂପ ୪ ଜୁଲାଇ ୧୯୬୬ରେ ଭାରତରେ ପ୍ରେସ୍‌ କାଉନସିଲ ପ୍ରତିଷ୍ଠା କରାଯାଇଥିଲା। ୧୬ ନଭେମ୍ବର ୧୯୬୬ରୁ ଏହାର ଆଇନଗତ କାର୍ଯ୍ୟ ଆରମ୍ଭ କରିଥିଲା। ସେବେଠାରୁ ଦେଶରେ ନଭେମ୍ବର ୧୬କୁ ପ୍ରତିବର୍ଷ ଜାତୀୟ ଗଣମାଧ୍ୟମ ଦିବସ ଭାବେ ପାଳନ କରାଯାଏ। ଏହି ଦିନଟି ପ୍ରେସ ସ୍ବାଧୀନତା ଏବଂ ଦାୟିତ୍ୱ ପ୍ରତି ଆମର ବିଶେଷ ଧ୍ୟାନ ଆକର୍ଷଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri